Advertisment

ବୁଢ଼ାବଳଙ୍ଗ ନଦୀରେ ବୁଡ଼ିଗଲେ ୨ଭାଇ

ଦୁଇ ନାବାଳକଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Drown

Drown

ବୁଢ଼ାବଳଙ୍ଗ ନଦୀରେ ବୁଡ଼ିଯାଇ ୨ ସଂପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍ ଅନ୍ତର୍ଗତ ପତୁକାଶାସନ ଗାଁରେ ଆଜି ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ତୁଷାର ପଣ୍ଡା। ଓ ବିକାଶ ପଣ୍ଡା। ଜଣଙ୍କ ବୟସ ୮ବର୍ଷ ହୋଇଥିବା ବେଳେ ଅନ୍ୟଜଣଙ୍କୁ ୧୭ବର୍ଷ ହୋଇଥିଲା। 

Advertisment

ଆଜି ଦିନ ୧୨ଟା ସମୟରେ ତୁଷାର ଓ ବିକାଶ ବୁଢ଼ାବଳଙ୍ଗ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ଜଣେ ନାବାଳକଙ୍କର ଗୋଡ଼ ଖସିଯାଇଥିଲା, ସେ ନଦୀରେ ବୁଡ଼ି ଯାଇଥିଲେ। ଅନ୍ୟ ଜଣେ ନାବାଳକ ଏହା ଦେଖି ତାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ହେଲେ ସେ ମଧ୍ୟ ନଦୀରେ ବୁଡ଼ି ଯାଇଥିଲେ।

ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ହେଲେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣଙ୍କୁ ବୈଶିଙ୍ଗା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Advertisment

ଦୁଇ ନାବାଳକଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।

Balasore Drowning