Advertisment

ଦୁଇ ବସ୍‌ ମୁହାଁମୁହିଁ ଧକ୍କା, ୧୬ ଆହତ

ଅଣ ଓସାରିଆ ବ୍ରିଜ ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ବାଲେଶ୍ୱର ଜିଲ୍ଲା ଟାମୁଳିଆ ଓଭର ବ୍ରିଜ ଉପରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବସ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଡ୍ରାଇଭର ସମେତ ୧୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Advertisment

ଆଜି ସକାଳେ ଯାତ୍ରୀବାହୀ ବସ୍‌ ‘ମନିସା’ ଯାତ୍ରୀମାନଙ୍କୁ ଯାଉଥିବା ବେଳେ ବୀପରିତ ଦିଗରୁ ଆସୁଥିବା ଯାତ୍ରୀବାହୀ ବସ୍‌ ‘ସାଇ ଅରବିନ୍ଦ’ସହ ମୁହାଁମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକଙ୍କ ସହାୟତାରେ ପୁଲିସ ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଦୁର୍ଘଟଣାରେ ‘ମନିସା’ ବସ୍‌ର ଡ୍ରାଇଭରର ଅବସ୍ଥା ଗୁରୁତର ରହିଛି।

ଅଣ ଓସାରିଆ ବ୍ରିଜ ଯୋଗୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ ଦୁଇଟି ବସ୍ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ପୁଲିସ ଦୁଇଟି ବସ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Balasore Roadaccident
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe