Advertisment

ହାଇୱାକୁ ଧକ୍କା ଦେଲା ଟ୍ରକ୍; ୨ ମୃତ,୨ଗୁରୁତର

ଆଜି ଭୋର ସମୟରେ ଏକ ଟ୍ରକ୍‌ କୁକୁଡା ଆଣିବାକୁ କଲିକତାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା।

Road Accident

Road Accident

Advertisment

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ଟ୍ରକ୍‌ ପଛରୁ ଧକ୍କା ଦେବାରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି l ମୃତ ଓ ଆହତଙ୍କ ଘର ପଶ୍ଚିମବଙ୍ଗ ଅଞ୍ଚଳର ହୋଇଥିବା ଜଣାଯାଇଛି।

Advertisment

ଆଜି ଭୋର ସମୟରେ ଏକ ଟ୍ରକ୍‌ କୁକୁଡା ଆଣିବାକୁ କଲିକତାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା। ସୋର କଲେଜଛକ ନିକଟରେ ରାସ୍ତାକଡ଼ରେ ଏକ ହାଇୱା ଠିଆ ହୋଇଥିଲା। ଟ୍ରକ୍‌ଟି ଭାରସାମ୍ୟ ହରାଇ ହାଇୱା ପଛକୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।

ଟ୍ରକରେ ଥିବା ଅନ୍ୟ ୪ ଜଣ କ୍ୟାବିନରେ ଚାପି ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି କ୍ୟାବିନ କାଟି ୪ଜଣଙ୍କୁ ବାହାର କରିଥିଲେ। ପରେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Balasore Road Accident , Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe