Advertisment

ବାଲେଶ୍ୱର ଟ୍ରେନ ଟ୍ରାଜେଡ଼ି; ଆଜି ସାରା ରାଜ୍ୟରେ ଦିନିକିଆ ଶୋକ

ଟ୍ରେନ ଟ୍ରାଜେଡ଼ି ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି ।

Train Accident

Train Accident

Advertisment

ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପାଇଁ ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଆଜି ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଛନ୍ତି। ଏହାସହ ମୁଖ୍ୟମନ୍ତ୍ରୀ ଆଜି ଘଟଣାସ୍ଥଳକୁ ଯିବାର କାର୍ଯ୍ୟକ୍ରମ ରହିଛି।

Advertisment

ସେହିପରି ଘଟଣା ଉଚ୍ଚସ୍ତରୀୟ ତଦନ୍ତପାଇଁ ନିର୍ଦ୍ଦେଶ ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କାହିଁକି ଦୁର୍ଘଟଣା ଘଟିଲା, କିଏ ଏହି ଦୁର୍ଘଟଣାପାଇଁ ଦାୟୀ ତାହାର ତଦନ୍ତ ହେବ ବୋଲି ରେଳମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷରେ ମୃତାହତଙ୍କ ପ୍ରତି ସମବେଦନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହ । ସେହିପରି ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Advertisment

ଟ୍ରେନ ଟ୍ରାଜେଡ଼ିରେ ମୃତାହତଙ୍କ ପାଇଁ ଆର୍ଥିକ ସହାୟତା ରାଶି ଘୋଷଣା କରାଯାଇଛି। ମୃତକଙ୍କ ପରିବାର ପିଛା ମିଳିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି, ଗୁରୁତର ଆହତଙ୍କ ପାଇଁ ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ଟ୍ରେନ ଟ୍ରାଜେଡ଼ି ପରେ ବାଲେଶ୍ୱର ରୁଟରେ ରେଳ ସେବା ପ୍ରଭାବିତ ହୋଇଛି । ଆଜି ପାଇଁ ବାତିଲ ହୋଇଛି ଏକାଧିକ ଏକ୍ସପ୍ରେସ ସହ ପାସେଞ୍ଜର ଟ୍ରେନ୍ । ୯ଟି ଟ୍ରେନର ଗତିପଥ ସମ୍ପୂର୍ଣ୍ଣ ବଦଳା ଯାଇଛି । ଆଉ ୬ଟି ଟ୍ରେନର ଆଂଶିକ ରୁଟ୍ ଡାଇଭର୍ଟ ହୋଇଛି ।

TrainMishapInOdisha TrainAccidentInOdisha Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe