Advertisment

ଟ୍ରକ୍‌କୁ ପିଟିଲା ଟ୍ରକ୍; ଜଣେ ମୃତ, ୨ଗୁରୁତର

ଆଜି ଭୋର ୪ଟା ସମୟରେ ମାଛ ବୋଝେଇ ଟ୍ରକ୍‌ଟି ଭୁବନେଶ୍ୱର ମୁଖେ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

 Accident

Accident

Advertisment

ଟ୍ରକ୍‌କୁ ପଛରୁ ପିଟିଲା ମାଛ ବୋଝେଇ ଟ୍ରକ୍। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ବାଲେଶ୍ୱର ଜିଲ୍ଲା ରୁପ୍‌ସା ଥାନା ଅନ୍ତର୍ଗତ ମିରିଗିମୁଣ୍ଡି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ।

Advertisment

ଆଜି ଭୋର ୪ଟା ସମୟରେ ମାଛ ବୋଝେଇ ଟ୍ରକ୍‌ଟି ଭୁବନେଶ୍ୱର ମୁଖେ ଆସୁଥିଲା। ଏହି ସମୟରେ ମିରିଗିମୁଣ୍ଡି ଛକ ନିକଟରେ ଏକ ଟ୍ରକ୍‌ ରାସ୍ତାକଡ଼ରେ ଠିଆ ହୋଇଥିଲା। ମାଛ ବୋଝେଇ ଟ୍ରକ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଥିଲେ। ପୁଲିସ ପହଞ୍ଚି ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ମାଛ ବୋଝେଇ ଟ୍ରକ୍‌ରେ ଡ୍ରାଇଭର, ହେଲପର ସହ ୩ ଜଣ ବ୍ୟକ୍ତି ଥିଲେ।

ହେଲେ ଦୁର୍ଘଟଣାରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କର କିଛି ହୋଇ ନାହିଁ। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment
Road Accident Balasore Odisha Police
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe