Advertisment

ବାଲେଶ୍ୱର ଟ୍ରେନ୍ ଦୁର୍ଘଟଣା: ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ, ଗୁରୁତରଙ୍କୁ ୨ ଲକ୍ଷ

ବାଲେଶ୍ୱର ବାହାନଗା ନିକଟରେ ଘଟିଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ସହାୟତା ଘୋଷଣା କରିଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।

ଅଦ୍ୟତନ ହୋଇଛି
Train accident

Train accident

Advertisment

ବାଲେଶ୍ୱରର ବାହାନଗା ଷ୍ଟେସନ ନିକଟରେ ଭୟାବହ ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ୫୦୦ରୁ ଅଧିକ ହେବ ବୋଲି ଆଶଙ୍କା କରାଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରସ୍ଥିତ ଏସଆରସି ଅଫିସରେ ସ୍ଥିତିର ସମୀକ୍ଷା କରିବା ପରେ ଆସନ୍ତାକାଲି ଦୁର୍ଘଟଣାସ୍ଥଳକୁ ଯିବେ ବୋଲି ସୂଚନା ଦେଇଥିବାବେଳେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଇଛନ୍ତି।

Advertisment

ସେପଟେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୋଆରୁ ଦୁର୍ଘଟଣାସ୍ଥଳୀ ଅଭିମୁଖେ ଆସୁଥିବା ଜଣାପଡ଼ିଛି । କେନ୍ଦ୍ର ରେଳମନ୍ତ୍ରୀ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୧୦ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିବାବେଳେ ଗୁରୁତରଙ୍କୁ ୨ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୫୦ହଜାର ଟଙ୍କା ସହାୟତା ମିଳିବ ବୋଲି ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣା ଯୋଗୁ ଉକ୍ତ ମାର୍ଗରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି ଓ ଅଧିକାଂଶ ଟ୍ରେନ ଚଳାଚଳକୁ ବାତିଲ କରାଯାଇଛି ।

ଦୁର୍ଘଟଣାସ୍ଥଳରେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଉଦ୍ଧାର ଓ ଚିକିତ୍ସା ସେବା କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି । ୩ଏନଡିଆରଏଫ ଓ ୪ଓଡ୍ରାଫ ଟିମ୍ ଓ ୧୫ଟି ଅଗ୍ନିଶମ ବାହିନୀ ଟିମ୍ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ  ୩ଟି ଟ୍ରେନର ୪୩ଟି ବଗି ଲାଇନଚ୍ୟୁତ ହୋଇଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି ।

Advertisment

ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣାରେ ୩ଟି ଟ୍ରେନ ସାମିଲ ଅଛନ୍ତି । ରେଳ ଲାଇନରେ ଇଣ୍ଟରଲକିଂ ବିଫଳ ଯୋଗୁ ଏହି ଦୁର୍ଘଟଣା ହୋଇଥିବା ପ୍ରାରମ୍ଭିକ ଭାବେ ଆଶଙ୍କା କରାଯାଉଛି । ବାହାନଗା ଷ୍ଟେସନ ନିକଟରେ ଥିବା ଏକ ମାଲବାହୀ ଟ୍ରେନ ଉପରେ କରମଣ୍ଡଳ ଏକ୍ସପ୍ରେସ୍ ମାଡ଼ିଯିବାରୁ ଏହାର ୨୨ଟି ବଗି ଲାଇନଚ୍ୟୁତ ହୋଇଥିଲା । ଅନ୍ୟ ଏକ ଲାଇନରେ ଏହି ବଗିଗୁଡ଼ିକ ଓଲଟି ପଡ଼ିଥିବାରୁ ସେହି ଲାଇନ ଦେଇ ସ୍ୱାଭାବିକ ଗତିରେ ଯାଉଥିବା ଏସ୍ଏମ୍‌ଭିଟି-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସର ୨୧ଟି ବଗି ଲାଇନଚ୍ୟୁଚ ହୋଇଛି । ଏପରିକି ଏହି ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଲେଭଲକ୍ରସିଂ ପାଖରେ ଅଟକି ରହିଥିବା ଗୋଟିଏ ବୋଲୋରୋ ଓ ଅନ୍ୟ କିଛି ଗାଡ଼ି ମଧ୍ୟ ଏହି ବଗି ତଳେ ଚାପି ହୋଇଛନ୍ତି । ପ୍ରାୟ ୫୦୦ ଲୋକ ଏହି ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି ।

ଏହି ଦୁର୍ଘଟଣା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରମୁଖ ଦୁଃଖ ବ୍ୟକ୍ତ କରିଛନ୍ତି । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe