ଭୁବନେଶ୍ୱର :(ଓଡ଼ିଶା ରିପୋର୍ଟର):ପ୍ରଥମ ଥର ପାଇଁ ଦେଶର ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ଅଗ୍ନି-୩ର ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି । ଆଜି ସଂଧ୍ୟା ୭ଟା ୧୮ରେ ଚାନ୍ଦବାଲି ନିକଟ ଅବଦୁଲ କଲାମ ଦ୍ୱୀପରୁ ଏହାର ପରୀକ୍ଷଣ କରାଯାଇଥିଲା । ଭାରତୀୟ ପ୍ରତିରକ୍ଷା ଗବେଷଣା ସଂଗଠନ(ଡିଆରଡିଓ) ଦ୍ୱାରା ବିକଶିତ ଅଣୁ ଅସ୍ତ୍ରବହନ କରିପାରୁଥିବା ଅଗ୍ନି-୩ ଇତି ମଧ୍ୟରେ ଭାରତୀୟ ସେନାରେ ସାମିଲ ହୋଇସାରିଛି ।
ପ୍ରାୟ ୩ ହଜାର କିଲୋମିଟର ପର୍ଯ୍ୟନ୍ତ ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି। ଅର୍ଥାତ ଅଗ୍ନି-୩ର ଲକ୍ଷ୍ୟଭେଦ ପରିଧି ଭିତରେ ପାକିସ୍ତାନର ସବୁ ଅଞ୍ଚଳ ଓ ଚୀନର ଅଧିକାଂଶ ଅଂଚଳ ଆସୁଛି । ପୂର୍ବରୁ ଅଗ୍ନି-୩ର ଅନେକ ଥର ପରୀକ୍ଷା କରାଯାଇଥିଲେ ମଧ୍ୟ ଏଥରର ପରୀକ୍ଷଣ କିଛିଟା ସ୍ୱତନ୍ତ୍ର ।
କାରଣ ପ୍ରଥମ ଥର ପାଇଁ ଏହି କ୍ଷେପଣାସ୍ତ୍ରର ପରୀକ୍ଷା ରାତିରେ ହୋଇଥିଲେ ମଧ୍ୟ ଏହା ସଠିକଭାବେ ନିଜର ଲକ୍ଷ୍ୟ ଭେଦ କରିଥିଲା । ଏହି କ୍ଷେପଣାସ୍ତ୍ରରେ ହାଇ ଏନର୍ଜି ସଲିଡ ପ୍ରୋପେଲାଣ୍ଟ କମ୍ପୋଜାଇଟ ରକେଟ ମୋଟର ଇଂଜିନ ଲାଗିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।