ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଖେଇ ଆସିଲାଣି ରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ୧୮ ତାରିଖରେ ହେବ ନିର୍ବାଚନ ଓ ୨୧ ତାରିଖରେ ପ୍ରକାଶ ପାଇବ ଫଳାଫଳ। ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ମୁହାଁମୁହିଁ ହୋଇଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ।
ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ ଅଧିକାରୀଙ୍କ ସହିତ ପୁରା ଟିମ ମଧ୍ୟ ଓଡିଶାରେ ପହଞ୍ଚିଛନ୍ତି ।
ଅପରପକ୍ଷେ, ରାଷ୍ଟ୍ରପତି ପଦ ହାତେଇବା ନିମନ୍ତେ ଉଭୟ ଦ୍ରୌପଦୀ ମୁର୍ମୁ ଓ ଯଶବନ୍ତ ସିହ୍ନା ବିଭିନ୍ନ ରାଜ୍ୟ ଗସ୍ତ କରି ରାଜନୈତିକ ଦଳଙ୍କ ସମର୍ଥନ ଲୋଡ଼ୁଛନ୍ତି। ତେଣୁ କାହା ମୁଣ୍ଡରେ ହାତୀ ସୁନା କଳସ ଢାଳୁଛି, କିଏ ହେବ ପରବର୍ତ୍ତୀ ରାଷ୍ଟ୍ରମୁଖ୍ୟ ତାହା ଉପରେ ରହିଛି ସମସ୍ତଙ୍କ ନଜର ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।