ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲା ବାଲାଟ ବକ୍ସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପାଖେଇ ଆସିଲାଣି  ରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ୧୮ ତାରିଖରେ ହେବ ନିର୍ବାଚନ ଓ ୨୧ ତାରିଖରେ ପ୍ରକାଶ ପାଇବ ଫଳାଫଳ।  ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ମୁହାଁମୁହିଁ ହୋଇଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା । ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ […]

balat box

Niharika Rout
  • Published: Wednesday, 13 July 2022
  • , Updated: 13 July 2022, 08:31 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ପାଖେଇ ଆସିଲାଣି  ରାଷ୍ଟ୍ରପତି ନିର୍ବାଚନ । ଆସନ୍ତା ୧୮ ତାରିଖରେ ହେବ ନିର୍ବାଚନ ଓ ୨୧ ତାରିଖରେ ପ୍ରକାଶ ପାଇବ ଫଳାଫଳ।  ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ମୁହାଁମୁହିଁ ହୋଇଛନ୍ତି ଏନଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ ସିହ୍ନା ।

ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଜୋରସୋରରେ ଚାଲିଥିବା ବେଳେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି ବାଲାଟ ବକ୍ସ। ସୁରକ୍ଷା ବଳୟ ମଧ୍ୟରେ ଏହି ବାଲଟ ବକ୍ସ ଭୁବନେଶ୍ୱର ବିମାନବନ୍ଦରରୁ ବିଧାନସଭାକୁ ଅଣାଯାଇଥିଲା। ନିର୍ବାଚନ ଅଧିକାରୀଙ୍କ ସହିତ ପୁରା ଟିମ ମଧ୍ୟ ଓଡିଶାରେ ପହଞ୍ଚିଛନ୍ତି ।

ଅପରପକ୍ଷେ, ରାଷ୍ଟ୍ରପତି ପଦ ହାତେଇବା ନିମନ୍ତେ ଉଭୟ ଦ୍ରୌପଦୀ ମୁର୍ମୁ ଓ ଯଶବନ୍ତ ସିହ୍ନା ବିଭିନ୍ନ ରାଜ୍ୟ ଗସ୍ତ କରି ରାଜନୈତିକ ଦଳଙ୍କ ସମର୍ଥନ ଲୋଡ଼ୁଛନ୍ତି। ତେଣୁ କାହା ମୁଣ୍ଡରେ ହାତୀ ସୁନା କଳସ ଢାଳୁଛି, କିଏ ହେବ ପରବର୍ତ୍ତୀ ରାଷ୍ଟ୍ରମୁଖ୍ୟ ତାହା ଉପରେ ରହିଛି ସମସ୍ତଙ୍କ ନଜର ।

Related story