ବାଲେଶ୍ୱର: ବାଲେଶ୍ୱର ଅରଡ଼ ବଜାରରୁ ୫୦୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। କେନ୍ଦ୍ରାଞ୍ଚଳ ଗୁଇନ୍ଦା ବିଭାଗ ଓ ବାଲେଶ୍ୱର ଅବକାରୀ ବିଭାଗ ମିଳିତ ଭାବେ ଚଢ଼ାଉ କରି ଏହି ବ୍ରାଉନ ସୁଗାର ଜବତ କରିଛନ୍ତି। ଜବତ ବ୍ରାଉନସୁଗାରର ମୂଲ୍ୟ ପ୍ରାୟ ୫୦ ଲକ୍ଷ ଟଙ୍କା ହେବ। ଏଥିରେ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଗିରଫ କରାଯାଇଛି। ତା ନାଁ ସେକ୍ ଆକବର। ତା’ଠାରୁ ୯ ହଜାର ଟଙ୍କା ସହିତ ୭ଟି ମୋବାଇଲ ମଧ୍ୟ ଜବତ କରାଯାଇଛି। ତେବେ ଆକବରର କିଛି ସହଯୋଗୀ ଫେରାର ହୋଇଯିବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ଦିନ ଧରି ଅରଡ଼ା ବଜାରରେ ଆକବର ନିଶା କାରବାର ଚଳାଇ ଆସୁଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Technology
କେନ୍ଦ୍ର ଆଇଟି ମନ୍ତ୍ରୀଙ୍କ ପ୍ରତିଶ୍ରୁତି: ମେଗା ଆଇଟି ହବ୍ ହେବ ଓଡ଼ିଶା
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Miscellaneous
ଭୁବନେଶ୍ୱରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଥିଲେ । ତା’ପରେ ରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଛନ୍ତି ଓ ସେଠାରେ ରାତ୍ରିଯାପନ କରିବେ ।