ବାଲିଗୁଡ଼ା(ଅଜିତ ନାୟକ): ଦୀର୍ଘ ଦିନ ଧରି ବାର୍ଦ୍ଧକ୍ୟଜନିତ କାରଣରୁ ଅସୁସ୍ଥ ଥିବା ବାଲିଗୁଡ଼ାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକ ଆଜି ଆଖି ବୁଜିଛନ୍ତି। ଭୋର ୪ଟା ୧୫ମିନିଟ୍ରେ ବାଲିଗୁଡ଼ା ମେଡ଼ିକାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା।
ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରୁ ସାହୁରା ମଲ୍ଲିକ ବିଧାନସଭାକୁ ୩ ଥର ନିର୍ବାଚିତ ହୋଇଥିଲେ। ଗତ ୧୯୭୪ ମସିହା, ୧୯୮୦ ମସିହା ଓ ୧୯୯୫ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସ୍ଥାନୀୟ ଅଞ୍ଚଳରେ ସେ ଜଣେ ଲୋକପ୍ରିୟ ନେତା ଥିଲେ।
ପରଲୋକ ଖବର ପ୍ରଚାରିତ ହେବା ପରେ କଂଗ୍ରେସ କର୍ମୀ ଓ ବାଲିଗୁଡ଼ା ଜନସାଧାରଣଙ୍କ ମଧ୍ୟରେ ଶୋକର ଛାୟା ଖେଳି ଯାଇଛି। ସାହୁରା ମଲ୍ଲିକଙ୍କ ସୁଡ୍ରାସ୍ଥିତ ବାସଭବନରେ ପହଞ୍ଚି ବହୁ ଲୋକ ତାଙ୍କ ଶେଷ ଦର୍ଶନ କରୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା