ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ବାମନ ଜନ୍ମ ଅବସରରେ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ,ପବିତ୍ରା ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ଵିଧି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଅପରାହ୍ନ ୫ ଟା ଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ବାମନ ଜନ୍ମ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ ଥିବାରୁ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।