ଗାନ୍ଧି ଜୟନ୍ତୀରୁ ଏହି ୬ଟି ସହରରେ ପ୍ଲାଷ୍ଟିକ୍‌ ନିଷେଧ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଉ ଗୋଟିଏ ଦିନ ପରେ ଅର୍ଥାତ୍ ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରୁ ରାଜ୍ୟର ୬ଟି ସହରରେ ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ ହେବ। ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ଭଳି ମହାନଗର ନିଗମ ସମେତ ପର୍ଯ୍ୟଟନ ସହର ପୁରୀରେ ମଧ୍ୟ ପ୍ଲାଷ୍ଟିକ୍ ଓ ପଲିଥିନ୍ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ଏହା ଅନୁସାରେ କୌଣସି ବ୍ୟକ୍ତି ପ୍ଲାଷ୍ଟିକ୍‌ […]

plastic

plastic

Jitendra Garnayak
  • Published: Sunday, 30 September 2018
  • Updated: 30 September 2018, 08:26 AM IST

Sports

Latest News

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଉ ଗୋଟିଏ ଦିନ ପରେ ଅର୍ଥାତ୍ ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରୁ ରାଜ୍ୟର ୬ଟି ସହରରେ ପ୍ଲାଷ୍ଟିକ୍ ବ୍ୟବହାର ନିଷେଧ ହେବ।

ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର ଓ ବ୍ରହ୍ମପୁର ଭଳି ମହାନଗର ନିଗମ ସମେତ ପର୍ଯ୍ୟଟନ ସହର ପୁରୀରେ ମଧ୍ୟ ପ୍ଲାଷ୍ଟିକ୍ ଓ ପଲିଥିନ୍ ବ୍ୟବହାର ସମ୍ପୂର୍ଣ୍ଣ ନିଷେଧ ହେବ। ଏନେଇ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।

ଏହା ଅନୁସାରେ କୌଣସି ବ୍ୟକ୍ତି ପ୍ଲାଷ୍ଟିକ୍‌ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ କିମ୍ବା ସଂରକ୍ଷିତ ରଖିପାରିବେ ନାହିଁ। ଜିନିଷପତ୍ର ନେବା ଆଣିବା, ପରିବହନ କ୍ଷେତ୍ରରେ ମଧ୍ୟ ଏହାର ବ୍ୟବହାର ହେବ ନାହିଁ।

୨୦୦ ମିଲିଲିଟରଠୁ କମ୍ ପରିମାଣର ପାଣି ବୋତଲ, ଥର୍ମୋକୁଲ କିମ୍ବା ପ୍ଲାଷ୍ଟିକ୍‌ ପ୍ରସ୍ତୁତ ଥାଳି, ଚାମଚ, କପ୍, ପ୍ଲେଟ୍, ଗ୍ଲାସ୍, ଷ୍ଟ୍ର, ପାଉଚ୍ ଓ ଅନ୍ୟତରଳ ପଦାର୍ଥ ରହୁଥିବା କଣ୍ଟେନର୍ ମଧ୍ୟ ବ୍ୟବହାର କରାଯିବନି।

[caption id="attachment_281845" align="aligncenter" width="750"]plastic image credit- dnaindia.com[/caption]

ସେହିଭଳି କୌଣସି ବ୍ୟକ୍ତି ଜାଣତରେ କିମ୍ବା ଅଜାଣତରେ ପ୍ଲାଷ୍ଟିକ ଏଣେ ତେଣେ ଫିଙ୍ଗିପାରିବେ ନାହିଁ। ଧାର୍ମିକ ସଂଗଠନ, ହୋଟେଲ୍‌, ରେଷ୍ଟୁରାଣ୍ଟ, ବିବାହ ମଣ୍ଡପ, ଅଫିସ୍‌ରେ ମଧ୍ୟ ପ୍ଲାଷ୍ଟିକ ବ୍ୟବହାର ଉପରେ କଟକଣା ରହିବ।

ତେବେ ଦ୍ରବ୍ୟ ସଂରକ୍ଷଣ, ପରିବହନ, ପ୍ୟାକେଜିଂ ପାଇଁ ବ୍ୟବହୃତ ୫୦ ମାଇକ୍ରୋନ୍ରୁ ଅଧିକ ମୋଟେଇ ପଲିଥିନ୍ କିମ୍ବା ବିକ୍ରି ପାଇଁ ଉଦ୍ଦିଷ୍ଟ ଖାଦ୍ୟ ଓ ପାନୀୟ ରହୁଥିବା ପ୍ଲାଷ୍ଟିକ୍ ବ୍ୟବହାର କରିବା ଉପରେ କଟକଣା ରହିବ ନାହିଁ।

ଅନ୍ୟପକ୍ଷରେ ନର୍ସରୀ, କୃଷି ଏବଂ ଉଦ୍ୟାନ କୃଷି ଲାଗି ବ୍ୟବହାର ହେଉଥିବା ପଲିଥିନ୍ ଓ ସ୍ୱାସ୍ଥ୍ୟକ୍ଷେତ୍ର ବିଶେଷକରି ମେଡିସିନ୍, ରକ୍ତ ସଂରକ୍ଷଣ ବ୍ୟାଗ୍, ସିରିଞ୍ଜ୍ ଓ ଅନ୍ୟ ଡାକ୍ତରୀ ଉପକରଣ କ୍ଷେତ୍ରରେ କୌଣସି କଟକଣା ଲାଗିବନି।

ଏନେଇ ଲୋକମାନଙ୍କୁ ସଚେତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ମାସକ ମଧ୍ୟରେ ପ୍ଲାଷ୍ଟିକ ସାମଗ୍ରୀ ନଷ୍ଟ କରିବାକୁ ନିର୍ଦ୍ଦେଶ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story