ଆଜି ଏହି ସମୟ ଭିତରେ ଶ୍ରୀମନ୍ଦିର ବନ୍ଦ ରହିବ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେଉଛି। ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଛି। ଦ୍ୱି’ପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରୁଛନ୍ତି। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ। ଏହା […]

puri

Manoranjan Sial
  • Published: Wednesday, 29 May 2019
  • , Updated: 29 May 2019, 05:50 PM IST

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେଉଛି। ଏଥିଲାଗି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଦର୍ଶନ ବନ୍ଦ ରହିଛି। ଦ୍ୱି’ପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରୁଛନ୍ତି। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯାଏ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଏ। ଏହା ଏକ ଗୁପ୍ତ ସେବା ଓ ପ୍ରାୟ ଚାରି ଘଣ୍ଟାର ନୀତି ହୋଇଥିବାରୁ ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରଖାଯାଇଛି।

Related story