ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏଣିକି ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ 'ବନ୍ଦେ ଉତ୍କଳ ଜନନୀ'। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଦ୍ୱାରା ଲିଖିତ ଏହି କାଳଜୟୀ କୃତୀକୁ ନବମ ଓ ଦଶମ ଶ୍ରେଣୀରେ ପାଠ ପଢୁଥିବା ଛାତ୍ରଛାତ୍ରୀମାନେ ପଢ଼ିବାର ସୁଯୋଗ ପାଇବେ। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ନିକଟରେ ରାଜ୍ୟ ସରକାର ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଗତ ମଇ ୩୦ ତାରିଖରେ କରୋନା ମହାମାରୀ ସମୟରେ ସାରା ରାଜ୍ୟ ତଥା ସାରା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆ ଭାଇ ଭଉଣୀମାନେ ଏହି ସଂଗୀତକୁ ଏକ ସମୟରେ ଗାନ କରି ଏକ ଭାବମୟ ପରିବେଶ ସୃଷ୍ଟି କରିଥିଲେ।
ଗୌରବମଣ୍ଡିତ ଉତ୍କଳ ଜନନୀଙ୍କ ଜୟଗାନ କରୁଥିବା ଏହି ମହାନ ସଂଗୀତ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ଜାତୀୟତାର ଭାବକୁ ସୁଦୃଢ଼ କରିବା ସହିତ ଓଡ଼ିଆ ଜାତିର ମହାନତା ସହ ପରିଚିତ କରାଇବାରେ ସଫଳ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।