ପୁରୀ(ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଉଚ୍ଛେଦ ପ୍ରକ୍ରିୟା ଆଜି ମଧ୍ୟ ଜାରି ରହିବ। ଗତକାଲି ଏମାର ମଠର ରଘୁନନ୍ଦନ ପାଠାଗାର ପୂରା ମାଟିରେ ମିଶିଛି। ଆଜି ବଣିଆ ପଟି ଉଚ୍ଛେଦ କରାଯିବ। ଏଠାରେ ପାଖାପାଖି ୧୧ଟି ସୁନା ଦୋକାନ ଅଛି। ପ୍ରଶାସନ ଏହି ଦୋକାନୀମାନଙ୍କ ସହ ପୂର୍ବରୁ ଆଲୋଚନା କରିଛି। ଏଥିସହିତ ଜରାଜୀର୍ଣ୍ଣ ଅବସ୍ଥାରେ ଥିବା ଏମାର ମଠର ଅନ୍ୟ କୋଠା ମଧ୍ୟ ଭଙ୍ଗାଯିବ। ହେଲେ ଗାଦି ସ୍ଥଳ ପୂର୍ବ ପରି ରହିବ।
ଏମାର ମଠ ପରିସରରେ ଥିବା ଅଳଙ୍କାର ଦୋକାନଗୁଡିକ ଉଚ୍ଛେଦ କରିବାକୁ ନୋଟିସକୁ ନେଇ ଦୋକାନୀମାନେ ପ୍ରଶ୍ନ ଉଠାଇଛନ୍ତି। ସାମଗ୍ରୀ ସ୍ଥାନାନ୍ତର ପାଇଁ କମ୍ ସମୟ ଦିଆଯାଉଥିବାରୁ ଅଧିକ ସମୟ ଦେବାକୁ ଦାବି କରିଥିଲେ। ଉଚ୍ଛେଦ ପାଇଁ ପ୍ରଶାସନ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି। ୩୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଶ୍ରୀମନ୍ଦିର ସମ୍ମୁଖରେ ଶହ ଶହ ବର୍ଷ ଧରି ଦଣ୍ଡାୟମାନ ଥିବା ଏମାର ମଠକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଉଚ୍ଛେଦ ବେଳେ କିଛି ଗୁପ୍ତ କୋଠରୀ ନଜରକୁ ଆସିଥିଲା। ଉପର ତଳ ହୋଇ ୬ଟି ରହସ୍ୟଜନକ ଅନ୍ଧାର କୋଠରୀ ଥିବା ଜଣାପଡ଼ିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।