ଭୁବନେଶ୍ୱର: ରାଜ୍ୟରେ ବନୀକରଣ ପାଇଁ ଜଙ୍ଗଲ ବିଭାଗ ଏବଂ ଓଡ଼ିଶା ମାଇନିଂ କର୍ପୋରେସନ ମଧ୍ୟରେ ଏମଓୟୁ ସ୍ୱାକ୍ଷରିତ ହୋଇଛି। ୨୦୧୫-୧୬ ଆର୍ଥିକବର୍ଷରେ ୧୦ଲକ୍ଷ ଚାରା ରୋପଣ ପାଇଁ ନିଷ୍ପତ୍ତି ହୋଇଛି। ଏହି ଚାରା ରାଜ୍ୟର ୪ଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର ଖଣି ପରିପାର୍ଶ୍ୱରେ ବନିକରଣ କରାଯିବ। ଏଥିପାଇଁ ଖର୍ଚ୍ଚ ହେବାକୁ ଥିବା ୧.୩୮କୋଟି ଟଙ୍କ। ଓଏମସି ଜଙ୍ଗଲ ବିଭାଗକୁ ପ୍ରଦାନ କରିବ। ରକ୍ଷାଣବେକ୍ଷଣ ପାଇଁ ଖର୍ଚ୍ଚ ୨.୭୪ କୋଟିଙ୍କ। ମଧ୍ୟ ଓଏମସି ବହନ କରିବ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମକେଶରୀ ଆରୁଖ, ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିକଙ୍କ ଉପସ୍ଥିତରେ ଏହି ଏମଓୟୁ ସ୍ୱାକ୍ଷର ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।