ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଆସନ୍ତା ଅଗଷ୍ଟ ୩୦ ତାରିଖ ସୋମବାର ରାଜ୍ୟର ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ଆଜି ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।
ବିଜ୍ଞପ୍ତି ଅନୁସାରେ, ଜନ୍ମାଷ୍ଟମୀ ଅବସରରେ ଅଗଷ୍ଟ ୩୦ତାରିଖରେ ରାଜ୍ୟର ସମସ୍ତ ରାଷ୍ଟ୍ରାୟତ୍ତଓ ଘରୋଇ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଂ ପ୍ରତିଷ୍ଠାନଗୁଡ଼ିକ ବନ୍ଦ ରହିବ। କେନ୍ଦ୍ରୀୟ ଆଇନ ଓ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ସାର୍ବଜନୀନ ଛୁଟି ନିମନ୍ତେ ଜାରି ନିର୍ଦ୍ଦେଶନାମା ଆଧାରରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ ସରକାର ଜନ୍ମାଷ୍ଟମୀ ଅବସରରେ ଆସନ୍ତା ୩୦ତାରିଖକୁ ଛୁଟି ଘୋଷଣା କରିଛନ୍ତି। ରାଜ୍ୟରେ ବ୍ୟାଙ୍କଗୁଡ଼ିକ ଚତୁର୍ଥ ଶନିବାର ଛୁଟି ରହୁଥିବାବେଳେ ରବିବାର ଓ ସୋମବାର ମଧ୍ୟ ବନ୍ଦ ରହିବ ତଥା ବ୍ୟାଙ୍କଗୁଡ଼ିକ ମଙ୍ଗଳବାର ଖୋଲିବ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିଯୁକ୍ତଙ୍କ ମୁହଁରେ କଳା ବୋଳିଲେ, ଜୋତା ମାଳ ପକାଇଲେ ନାବାଳିକା
ଗାଁ ଦାଣ୍ଡରେ ଅଭିଯୁକ୍ତ କୁହାଯାଉଥିବା ପ୍ରଶାନ୍ତଙ୍କ ମୁହଁରେ ପୀଡିତା ନାବାଳିକା କାଳା ବୋଳିଥିଲେ। ପରେ ତାଙ୍କ ବେକରେ ଜୋତା ମାଳ ପକାଇ ଥିଲେ। ତା’ପରେ ପ୍ରଶାନ୍ତଙ୍କ ବେକରେ ନାଗରା ଓ ଅଣ୍ଟାରେ ଦୌଡ଼ି ବାନ୍ଧି ଦେଲେ ଗାଁ ଲୋକ। ପରେ ପୂରା ଗାଁ ବୁଲାଇଲେ।
Crime
କନିଷ୍ଠ ଖଣି ଅଧିକାରୀଙ୍କ ପୁଳା ପୁଳା ସମ୍ପତ୍ତି, ଏକାଧିକ ଘର ସହିତ ଠାବ ହୋଇଛି ୧୪ଟି ପ୍ଲଟ୍ ଓ ଫାର୍ମ ହାଉସ୍
ଭୁବନେଶ୍ୱର, କେନ୍ଦୁଝର, ଭବାନୀପାଟଣା ଓ ଯାଜପୁର ସ୍ଥିତ ୭ଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
Crime
ରାଜଧାନୀରେ ୪୦ ହଜାର ଟଙ୍କାରେ ବିକ୍ରି ହେଲା ୪ ବର୍ଷର ଝିଅ; ମଧ୍ୟସ୍ଥି ମାଲାମାଲ୍!
ସଉତୁଣୀ ଝିଅକୁ ଆଡ ଆଖିରେ ଦେଖୁନଥିଲେ ଗୁଡ଼ିଆ। ଯେଉଁଥିପାଇଁ ଅନେକ ସମୟରେ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ନିଜର ୪ ବର୍ଷର ଝିଅକୁ ଅନାଥାଶ୍ରମରେ ରଖିବାକୁ ନିଷ୍ପତ୍ତି ନେଇଥିଲେ ଶୁବୋଧ।
Crime
ଲିଙ୍ଗରାଜ ମନ୍ଦିର ଭିତରେ ସିଗାରେଟ୍ ଟାଣିଲେ ଯୁବକ; ଫଟୋ ଭାଇରାଲ
ଦେବୀ ୧୦୫ ନାମକ ଏକ ଇନଷ୍ଟା ଆଇଡିରେ ଏହି ଷ୍ଟାଟସ୍ ଦିଆଯାଇଥିଲା।