ବ୍ରହ୍ମପୁର (ଓଡ଼ିଶା ରିପୋର୍ଟର): ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲା ରହିବ। ଜନ ଗହଳି ନିୟନ୍ତ୍ରଣ, ଗ୍ରୀଷ୍ମ ପ୍ରବାହ ଓ ଅଂଶୁଘାତ ଭୟ ଏଡ଼ାଇବାକୁ ଏହି ନିଷ୍ପତ୍ତି ନିଆଯାଇଛି। ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ବ୍ୟାଙ୍କରେ ପୂର୍ବବତ୍ ସାମାଜିକ ଦୂରତ୍ୱ ରକ୍ଷା ଲାଗି ମଧ୍ୟ ଗଞ୍ଜାମ ଜିଲ୍ଲାପାଳ କହିଛନ୍ତି।
ସୂଚନାଯୋଗ୍ୟ, ଆମ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୩ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।
ଆମ ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ହେଲେ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଜଣେ ହେଲେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।