କଲେଜ କ୍ୟାମ୍ପସ ଗଣ୍ଡଗୋଳ ପ୍ରତିବାଦରେ ବାଙ୍କୀରେ ୧୨ ଘଣ୍ଟିଆ ବନ୍ଦ

କଟକ: ବାଙ୍କୀ କଲେଜ କ୍ୟାମ୍ପସ୍‌ରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ଗିରଫ ଦାବିରେ ସ୍ଥାନୀୟ ଲୋକେ ଆଜି ୧୨ ଘଣ୍ଟିଆ ବାଙ୍କୀ ବନ୍ଦ ଡାକରା ଦେଇଛନ୍ତି। ଏହାର ପ୍ରଭାବରେ ସମସ୍ତ ଦୋକାନ ବଜାର ଓ ଅଫିସ୍‌ ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ଠପ୍ ହୋଇଯାଇଛି। ଆଜି ସକାଳେ ଆନ୍ଦୋଳନକାରୀମାନେ ବିଭିନ୍ନ ଛକରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଗଣ୍ଡଗୋଳରେ ସମ୍ପୃକ୍ତ ଛାତ୍ରଙ୍କୁ ଗିରଫ କରିବାକୁ ଦାବି କରିଥିଲେ। ସୁରକ୍ଷା ଦୃଷ୍ଟିରୁ […]

banki

Rakesh Mallick
  • Published: Thursday, 25 August 2016
  • , Updated: 25 August 2016, 04:11 PM IST

କଟକ: ବାଙ୍କୀ କଲେଜ କ୍ୟାମ୍ପସ୍‌ରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ଗିରଫ ଦାବିରେ ସ୍ଥାନୀୟ ଲୋକେ ଆଜି ୧୨ ଘଣ୍ଟିଆ ବାଙ୍କୀ ବନ୍ଦ ଡାକରା ଦେଇଛନ୍ତି। ଏହାର ପ୍ରଭାବରେ ସମସ୍ତ ଦୋକାନ ବଜାର ଓ ଅଫିସ୍‌ ବନ୍ଦ ରହିଥିବା ବେଳେ ଗାଡ଼ି ଚଳାଚଳ ଠପ୍ ହୋଇଯାଇଛି।

ଆଜି ସକାଳେ ଆନ୍ଦୋଳନକାରୀମାନେ ବିଭିନ୍ନ ଛକରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଗଣ୍ଡଗୋଳରେ ସମ୍ପୃକ୍ତ ଛାତ୍ରଙ୍କୁ ଗିରଫ କରିବାକୁ ଦାବି କରିଥିଲେ।

ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍‌ ଫୋର୍ସ ମୁତୟନ କରାଯାଇଛି।

Related story