ବରଗଡ଼: ଆଜିଠାରୁ କଂଗ୍ରେସ ବରଗଡ ଜିଲ୍ଲାରୁ ଚାଷୀ ବଞ୍ଚାଅ ଆନ୍ଦୋଳନ ପଦଯାତ୍ରା ଆରମ୍ଭ କରୁଛି । ଏଥିରେ କଂଗ୍ରେସ ଉପାଧ୍ୟକ୍ଷ ରାହୁଲ ଗାନ୍ଧି ଯୋଗଦେବେ । ତେବେ ରାହୁଲଙ୍କ ଗସ୍ତର କିଛି ଘଣ୍ଟା ପୂର୍ବରୁ ବରଗଡ଼ ଜିଲ୍ଲାରେ ଚାଷୀ ଆତ୍ମହତ୍ୟା ଘଟିଥିବା ଅଭିଯୋଗ ହୋଇଛି । ସଦର ବ୍ଲକ ଅନ୍ତର୍ଗତ ବେଲବାହାଲି ଗାଁର ଯୁବ ଚାଷୀ ସୁଦାମ ମହାକୁର ବୁଧବାର କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ଜଣଙ୍କ ନିଜର ତିନି ଏକର ଜମିରେ ଧାନଚାଷ କରିଥିଲେ। ଏଥିପାଇଁ ସେ ବିହନ ଓ କୀଟନାଶକ ଆଣିଥିଲେ। ଏଥିସହ ଚାଷ କାର୍ଯ୍ୟ ପାଇଁ ଟ୍ରାକ୍ଟର ଭଡା ସୁତ୍ରରେ ଆଣିଥିଲେ। ଗାଁ ଲୋକଙ୍କ ଠାରୁ ୧୨ହଜାର ଟଙ୍କା ହାତ ଉଧାରି କରି ଚାଷ କରିଥିଲେ।ତେବେ ଚଳିତବର୍ଷ ସ୍ୱଳ୍ପ ବୃଷ୍ଟିପାତ ଯୋଗୁଁ ସୁଦାମଙ୍କ ଫସଲ ନଷ୍ଟ ହୋଇଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସେ ଚିନ୍ତିତ ଥିଲେ । ଏପରି ସ୍ଥିତିରେ ସେ ବିଲରେ କୀଟନାଶକ ପିଇ ଦେଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ବରଗଡ଼ ଡାକ୍ତରଖାନାରେ ଚିକିତ୍ସା ପାଇଁ ଅଣାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁଦାମଙ୍କର ମୃତ୍ୟୁ ଘଟିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।