ସମ୍ବଲପୁର: ଜଙ୍ଗଲକୁ କେନ୍ଦୁ ପତ୍ର ତୋଳିବାକୁ ଯାଇଥିବା ସମୟରେ ବାରହା ଆକ୍ରମଣରେ ସମ୍ୱଲପୁର ଜିଲ୍ଲାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଆଉ ଦୁଇ ଜଣ ମହିଳା ଆହତ ହୋଇଛନ୍ତି। ଆହତ ଦୁଇ ମହିଳାଙ୍କ ମଧ୍ୟରୁ ଜଣଙ୍କୁ ସମ୍ବଲପୁର ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ନାଁ ସ୍ୱର୍ଣ୍ଣ ଲତା ସାହୁ।
ଆଜି ସକାଳେ ଯୁଯୁମରା ଥାନା ଅନ୍ତର୍ଗତ ହାତୀଦହଲା ଗାଁର ସ୍ୱର୍ଣ୍ଣ ଓ ଆଉ କିଛି ମହିଳାମାନେ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ସମୟରେ ଜାଣି ନ ପାରି ଶୋଇଥିବା ଏକ ଜଙ୍ଗଲି ବାରହାର ନିକଟତର ହୋଇଯାଇଥିଲେ। ଫଳରେ ବାରହାଟି ମହିଳାମାନଙ୍କୁ ଆକ୍ରମଣ କରିଥିଲା।
ସେହିପରି ଜମନକିରା ଥାନା ଅନ୍ତର୍ଗତ ଗରିଆବାହାଲ ଜଙ୍ଗଲରେ କେନ୍ଦୁ ପତ୍ର ତୋଳିବାକୁ ଯାଇଥିବା ଜଣେ ମହିଳା ଙ୍କୁ ଏକ ଜଙ୍ଗଲି ବାରହା ଆକ୍ରମଣ କରିବା ଯୋଗୁଁ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।