ଭଦ୍ରକ: ବରପଦା ଇଂଜିନିୟରିଂ କଲେଜର ପରିଚାଳନା ପାଇଁ ତିନି ଜଣିଆ ମଧ୍ୟବର୍ତ୍ତୀକାଳୀନ କମିଟି ଗଠନ କରିଛନ୍ତି ସରକାର। ଭଦ୍ରକ ଜିଲ୍ଲାପାଳ ଲକ୍ଷ୍ମୀ ନାରାୟଣ ମିଶ୍ର, କଲେଜ ଅଧକ୍ଷ୍ୟ ମୋହନଚରଣ ପଣ୍ଡା ଏବଂ କର୍ମଚାରୀ ପ୍ରତିନିଧି ଶ୍ରୀକାନ୍ତ ମହାପାତ୍ରଙ୍କୁ ଏହି କମିଟିରେ ରଖାଯାଇଛି। ଜିଲ୍ଲାପାଳ କମିଟିର ମୁଖ୍ୟ ରହିବେ। ତାଙ୍କ ନାଁରେ ନୂଆ ଆକାଉଣ୍ଟ୍ ଖୋଲାଯିବ। ମଙ୍ଗଳବାର ବୈଷୟିକ ଶିକ୍ଷା ଓ ତାଲିମ ମନ୍ତ୍ରୀ ସଂଜୟ ଦାସବର୍ମାଙ୍କ ଅଧକ୍ଷ୍ୟତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୧୫ ଦିନ ପରେ ପୁଣି ଏକ ବୈଠକ ଡକାଇ କଲେଜର ନୂଆ ସମ୍ୱିଧାନ ଗଢ଼ାଯିବାକୁ ସ୍ଥିର ହୋଇଛି। ସେ ପର୍ଯ୍ୟନ୍ତ ଏହି କମିଟି ପରିଚାଳନା ଦାୟିତ୍ୱ ତୁଲାଇବ। କଲେଜରେ ଲାଗି ରହିଥିବା ଅଶାନ୍ତ ସ୍ଥିତିରେ ସାମାନ୍ୟ ସୁଧାର ଆସିଥିବା ବେଳେ ଛାତ୍ରଛାତ୍ରୀ, କର୍ମଚାରୀ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଆଖିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।