ବରଗଡ଼ (ଓଡ଼ିଶା ରିପୋର୍ଟର): ବରଗଡ଼ ଜିଲ୍ଲା ଭଟଲିରେ ଗତ ଜୁନ୍ ୧ ତାରିଖରେ ଘଟିଥିବା ଗୁଳିକାଣ୍ଡ ଘଟଣାରେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ଇରାଶିଷ ଆଚାର୍ଯ୍ୟଙ୍କୁ ପୁଲିସ୍ ଗିରଫ କରିଛି। ବରଗଡ଼ ଏସ୍ପି ମୁକେଶ ଭାମୁଙ୍କ ନିର୍ଦ୍ଦେଶ ଅନୁସାରେ ବରଗଡ଼ ଟାଉନ୍ ଥାନା ପୁଲିସ୍ ଇରାଶିଷଙ୍କୁ ପଚରାଉଚରା କରିବାକୁ ଡାକିଥିଲା। ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଛି।ଗତ ଜୁନ୍ ପହିଲାରେ ବିଜେପି କାର୍ଯ୍ୟାଳୟ ତଥା ଇରାଶିଷ ଆଚାର୍ଯ୍ୟଙ୍କ ଘରେ ଗୁଳିକାଣ୍ଡ ଘଟିଥିଲା। ଏଥିରେ ସୋହେଲା ଥାନା ଚମାରପଡ଼ାର ବୁଲୁ ସତନାମୀ ନାମକ ଯୁବକଙ୍କ ମୁଣ୍ଡରେ ଗୁଳି ବାଜିଥିଲା ଓ ତାଙ୍କର ମତ୍ୟୁ ଘଟିଥିଲା। ଘଟଣାସ୍ଥଳରୁ ଗୋଟିଏ ବନ୍ଧୁକ ଓ ଖୋକା ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।