ବାରିପଦା(ମାଣିକଲାଲ ପାଣି): ମହାମାରୀ କରୋନା ସଂକ୍ରମଣ ବଢୁଥିବାରୁ ବାରିପଦା ସହରକୁ ଆସନ୍ତା କାଲିଠାରୁ ୭ ଦିନ ବନ୍ଦ ରଖିବାକୁ ବିଭିନ୍ନ ନାଗରିକ ସଂଗଠନ ଜିଲ୍ଲାପାଳଙ୍କୁ ଭେଟି ନିବେଦନ କରିଛନ୍ତି। ବାରିପଦାର ଯୁବ ସଂଗଠନ, ବ୍ୟବସାୟୀ ସଂଘ, ବଣିକ ସଂଘ, ଓକିଲ ସଂଘ ସହର ବନ୍ଦ ରଖିବା ସପକ୍ଷରେ ଯୁକ୍ତି ବାଢିଛନ୍ତି। ଆସନ୍ତାକାଲିଠାରୁ ୩ ତାରିଖ ଯାଏଁ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ଅନୁମତି ଦେବାକୁ ସଂଗଠନ ଗୁଡ଼ିକ ପ୍ରଶାସନକୁ ନିବେଦନ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ ବୋଲି ସଂଗଠନ କହିଛି। ତେବେ ଏନେଇ ଜିଲ୍ଲା ପ୍ରଶାସନର ପ୍ରତିକ୍ରିୟା ମିଳିପାରିନାହିଁ।
ଆଜି ସୁଦ୍ଧା ମୟୂରଭଞ୍ଜ ଜିଲ୍ଲାରେ ୭୫୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୯୯୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୪୮୮ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି। ୩ ଜଣ କରୋନାରୁ ଆରୋଗ୍ୟ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।