ବାରିପଦା: ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯୁବକ ଓ ଯୁବତୀଙ୍କୁ ଉଦ୍ଧାର କରାଯାଇ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତେବେ ମେଡ଼ିକାଲରେ ଯୁବକଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ଯୁବତୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଗଡିଗାଁ ଜଙ୍ଗଲରେ ଘଟିଛି ଏପରି ଘଟଣା। ଏମାନେ ପ୍ରେମି ଯୁଗଳ ବୋଲି ସନ୍ଦେହ କରାଯାଉଛି।
ଆଜି ସନ୍ଧ୍ୟାରେ ବେଳେ ଗରିଡ଼ା ପାହାଡ଼ ପାଦଦେଶରେ କେତେକ ପିଲା ଖେଳୁଥିବା ବେଳେ ଫୁଲବାଡ଼ି ଗାଁର ରାଜୁ ମହାନ୍ତ(୨୨) ଓ ଜଣେ ଯୁବତୀଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିଥିଲେ। ସେମାନଙ୍କୁ ସଙ୍ଗେସଙ୍ଗେ ଉଦ୍ଧାର କରି କିଷାନତାଣ୍ଡି ମେଡ଼ିକାଲରେ ଭର୍ତ୍ତି କରିଥିଲେ। ସେଠାରେ ରାଜୁଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଯୁବତୀ ଜଣକ ଗୁରୁତର ଥିବା ଜଣାପଡ଼ିଛି। ଏନେଇ ଅଭିଯୋଗ ହେବା ପରେ ଚିତ୍ରଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟ ଗୋଟିଏ ସମ୍ପ୍ରଦାୟର ହୋଇଥିବା ସତ୍ତ୍ୱେ କଣ ପାଇଁ ଆତ୍ମହତ୍ୟା କଲେ ତାହା ଜଣାପଡ଼ି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।