ବରଗଡ: ବରଗଡ ଜିଲ୍ଲା ବାରକୋଟ ରେଞ୍ଜ ଅନ୍ତର୍ଗତ କେନ୍ଦୁନାଳୀ ଗ୍ରାମରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ହାତୀପଲ ମଙ୍ଗଳବାର ଗ୍ରାମବାସୀ କରିଥିବା କଦଳୀ ବଗିଚାକୁ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି । ଠାକୁରପାଲୀ ଗ୍ରାମର କିଛି ଚାଷୀ କେନ୍ଦୁନାଳୀ ଗ୍ରାମରେ ଥିବା ସେମାନଙ୍କ ଜମିରେ କଦଳୀ ଚାଷ କରିଥିଲେ। ୩ଜଣ ଚାଷୀ ପ୍ରାୟ ୩ହଜାର କଦଳୀ ଓ ଅନ୍ୟ ଜଣେ ଚାଷୀ ବାଇଗଣ ଚାଷ କରିଥିଲେ । ତେବେ ହାତୀପଲ ଉଭୟ କଦଳୀ ଓ ବାଇଗଣ ଚାଷକୁ ସମ୍ପୂର୍ଣ୍ଣ ନଷ୍ଟ କରିଦେଇଛନ୍ତି । ବର୍ତ୍ତମାନ ଏହି ହାତୀପଲ ଗ୍ରାମ ନିକଟରେ ଅଛନ୍ତି । ଦିନ ହୋଇଥିବାରୁ ହାତୀ ପଲଙ୍କୁ ଘଉଡାଇବାରେ ସମସ୍ୟା ହେଉଛି । ସନ୍ଧ୍ୟା ପରେ ଏମାନଙ୍କୁ ଘଉଡା ଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି । ହାତୀ ପ୍ରାୟ ୨ଲକ୍ଷ ଟଙ୍କାର ଚାଷ ନଷ୍ଟ କରିଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ତେବେ ପ୍ରାଥମିକ ତଦନ୍ତରୁ ହାତୀପଲ ଦ୍ୱାରା ପ୍ରାୟ ୩୦ହଜାର ଟଙ୍କାର କ୍ଷତି ହୋଇଥିବା ବନ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଏହି ହାତୀ ପଲରେ କିଛି ଛୁଆ ରହିଥିବା ଗ୍ରାମବାସୀ କହିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।