ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିବାଦ ପରେ ପ୍ରଥମ ଥର ପାଇଁ ଘରୁ ବାହାରକୁ ଗଲେ ବର୍ଷା ପ୍ରିୟଦର୍ଶନୀ । କଟକ ନନ୍ଦିସାହି ଶାଶୁଘରୁ ସୁରକ୍ଷା କର୍ମୀଙ୍କ ସହ ବାହାରକୁ ଯାଇଛନ୍ତି ବର୍ଷା । ବାହାରେ କାାରରେ ଅପେକ୍ଷା କରିଥିବା ସଂପର୍କୀୟଙ୍କ ସହ ସେ ଯାଇଥିବା ନେଇ ସୂଚନା ମିଳିଛି । ତେବେ କେଉଁଠିକୁ ଏବଂ କାହା ପାଖକୁ ଯାଇଛନ୍ତି, ସେନେଇ କିଛି ସ୍ପଷ୍ଟ ଜଣାପଡ଼ିନି । ସାଂସଦ ଅନୁଭବ ମହାନ୍ତି ଓ ତାଙ୍କ ପତ୍ନୀ ବର୍ଷାଙ୍କ ମଧ୍ୟରେ ବିବାଦ ବଢିବା ପରେ ନିଜକୁ ଅସୁରକ୍ଷିତ ମନେ କରି ପୋଲିସ ସୁରକ୍ଷା ମାଗିଥିଲେ ବର୍ଷା । ଏମିତିକି ୧୦୦ ନମ୍ବରକୁ ଡାଏଲ୍ କରି ସୁରକ୍ଷା ମାଗିବା ସହ ପୁରୀଘାଟ ଥାନାରେ ବିଧିବଦ୍ଧ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ । ବର୍ଷାଙ୍କୁ ୨୪ ଘଣ୍ଟିଆ ସିକ୍ୟୁରିଟି ବି ଯୋଗାଇ ଦିଆ ଯାଇଥିବା ସୂଚନା ମିଳିଛି । ସେପଟେ ସୁରକ୍ଷା ମିଳିବା ପରେ ବର୍ଷା କଟକ ଡିସିପିଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏନେଇ ସେ ତାଙ୍କ ଅଫିସିଆଲ ଫେସବୁକ୍ରେ ଏକ ପୋଷ୍ଟ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।