ପୁରୀ (ଓଡ଼ିଶା ରିପୋର୍ଟର): ବଦଳିଲେ ପୁରୀ ବାସେଳିସାହି ଥାନା ଆଇଆଇସି। ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ବଳଙ୍ଗା ଆଇଆଇସି ସଞ୍ଜୀବ ପ୍ରଧାନଙ୍କୁ ବାସେଳିସାହି ଆଇଆଇସି ଭାବେ ନିଯୁକ୍ତି ଦିଆଯାଇଛି। ବାସେଳିସାହି ଥାନା ସହ ୬ଟି ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି।
ସୂଚନାଯୋଗ୍ୟ, ପୁରୀ ପୁଲିସ୍ ହାଜତ ମୃତ୍ୟୁ ଘଟଣା ପରେ ଚର୍ଚ୍ଚାକୁ ଆସିଥିଲା ବାସେଳିସାହି ଥାନା। କେ. ରମେଶ ନାମକ ଜଣେ ଯୁବକ ପୁଲିସ୍ ହେପାଜତରେ ଥିବା ବେଳେ ପ୍ରାଣ ହରାଇଥିଲେ। ୟା ମଧ୍ୟରେ ତାଙ୍କର ବ୍ୟବଚ୍ଛେଦ ରିପୋର୍ଟ ମଧ୍ୟ ଆସିଛି। ତାଙ୍କ ଶରୀରରେ ୧୬ଟି ଆଘାତ ଚିହ୍ନ ଥିବା ବେଳେ ମୁଣ୍ଡରେ ଗଭୀର କ୍ଷତ ଲାଗିଥିବା ଏହି ରିପୋର୍ଟରୁ ଜଣାପଡ଼ିଛି। ଏହି ଘଟଣାରେ ପୂର୍ବରୁ ତତ୍କାଳୀନ ଏସ୍ପି ଅଖିଳେଶ୍ୱର ସିଂଙ୍କୁ ପୁଲିସ୍ ହେଡ୍କ୍ୱାର୍ଟର୍ସ ଏସ୍ପି ଭାବେ ବଦଳି କରାଯାଇଥିଲା। ଏବେବି ଏହି ଘଟଣାର ତଦନ୍ତ ଚାଲିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।