ଲଘୁଚାପ କ୍ଷେତ୍ର ସୃଷ୍ଟି: ୩ ଯାଏଁ ପ୍ରବଳ ବର୍ଷା, ୮ ଜିଲ୍ଲାରେ ଅତି ପ୍ରବଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠୁ ୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, […]

900-

Tapas Behera
  • Published: Sunday, 30 June 2019
  • , Updated: 30 June 2019, 04:50 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜିଠୁ ୩ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ୮ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଢେଙ୍କାନାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି। ୧୪ ଜିଲ୍ଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗିର, ଓ ନୂଆପଡ଼ାରେ ବର୍ଷା ହେବ। କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହୋଇପାରେ।

Related story