ମୟୁରଭଞ୍ଜ: ପଶ୍ଚିମବଙ୍ଗ କଲେଇକୁଣ୍ଡା ଏୟାରବେସରୁ ଆସିଥିବା ତଦନ୍ତକାରୀ ଟିମ୍ ମୟୂରଭଞ୍ଜ ବିଷୋଇରୁ ଦୁର୍ଘଟଣାଗ୍ରସ୍ତ ବାୟୁସେନା ଜେଟ୍ ଟ୍ରେନର ସମସ୍ତ ଭଗ୍ନାବଶେଷ ନେଇଯାଇଛନ୍ତି। ଗତକାଲି ତଦନ୍ତକାରୀ ଟିମ୍ ସ୍ୱତନ୍ତ୍ର ହେଲିକପଟ୍ରେ ଘଟଣାସ୍ତଳରେ ପହଞ୍ଚିଥିଲେ। ସେମାନେ ଭଗ୍ନାବଶେଷକୁ ପରୀକ୍ଷା ନିରୀକ୍ଷା କରିବା ପରେ ଭଗ୍ନାବଶେଷକୁ କ୍ରେନ୍ ଯୋଗେ ଟ୍ରକ୍ରେ ଲୋଡ୍ କରାଯାଇଥିଲା। ଅଧିକ ପରୀକ୍ଷା ନିରୀକ୍ଷା ପାଇଁ ଦୁର୍ଘଟଣାଗ୍ରସ୍ତ ବିମାନର ଭଗ୍ନାବଶେଷ ନିଆଯାଇଥିବା ସୂଚନା ମିଳିଛି। ତେବେ ତଦନ୍ତକାରୀ ଟିମ୍ ଦୁର୍ଘଟଣାର କାରଣ ସମ୍ପର୍କରେ କୌଣସି ମନ୍ତବ୍ୟ ଦେବାକୁ ମନା କରିଥିଲେ। ଗତ ତିନି ତାରିଖରେ ପଶ୍ଚିମବଙ୍ଗର କଲାଇକୋଣ୍ଡା ଏୟାର୍ ବେସ୍ରୁ ଟେକ୍ ଅଫ୍ କରିଥିବା ବାୟୁସେନାର ଆଡ୍ଭାନ୍ସ ଜେଟ୍ ଟ୍ରେନର୍ ମୟୂରଭଞ୍ଜ ବିଷୋୟୀ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।