କାଲିଠୁ କମିବ ଶୀତ

ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ସେଲସିଅସ ରେକର୍ଡ କରାଯାଇଛି।  ରାଜ୍ୟର ୧୪ଟି ସ୍ଥାନରେ ତାପମାତ୍ରା ୧୦ଡିଗ୍ରୀ ସେଲସିୟସରୁ କମ୍ ରହିଛି।  ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତାକାଲି ପର୍ଯ୍ୟନ୍ତ ଏଭଳି ତାପମାତ୍ରା ରହିବ। ଏହାପରେ ତାପମାତ୍ରା ଟିକେ ବ଼ଢ଼ିବାର ସମ୍ଭାବନା ଥିଲେ ବି ଶୀତର ପ୍ରକୋପ ରହିବ।

କନ୍ଧମାଳ ଜିଲ୍ଲାର ଫୁଲବାଣୀ ଓ ଦାରିଙ୍ଗବାଡ଼ି ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି। ଦାରିଙ୍ଗିବାଡିରେ ମଧ୍ୟ ଶୀତର ପ୍ରକୋପ ସହ ତୁଷାରପାତ ଦେଖିବାକୁ ମିଳିଛି। ଅସହ୍ୟ ଥଣ୍ଡା ଯୋଗୁଁ ସାଧାରଣ ଜୀବନ ଯାତ୍ରା ବ୍ୟାହତ ହୋଇଛି।  ପାହାଡ଼ିଆ ଅଞ୍ଚଳରେ ଅଧିକ ଶୀତ ଅନୁଭୂତ ହେଉଛି।