ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଯୌନ ନିର୍ଯାତନା ମାମଲାରେ ଅଭିଯୁକ୍ତ ପୁଲିସ କର୍ମଚାରୀ ଏଯାଏ ଚିହ୍ନଟ ହୋଇପାରି ନାହାନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ ଓ ଜେରା ହେଲାଣି କି ବୋଲି ପ୍ରଶ୍ନର ଉତ୍ତରରେ ଡିସିପି ଉମାଶଙ୍କର ଦାଶ କହିଛନ୍ତି, ତଦନ୍ତ ଚାଲୁ ରହିଛି । ଏହାର ଅର୍ଥ ନିଜ ବିଭାଗର କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ। ଗତ ଅଗଷ୍ଟ ୩୦ ତାରିଖରେ ଏତଲା ଦେଇଥିଲେ ନାବାଳିକାଙ୍କ ମାଆ। ସେ ଖୋଲାଖୋଲି ଭାବେ ଅଭିଯୋଗ କରିଥିଲେ ଯେ, ଘଟଣାରେ ଗଣମାଧ୍ୟମର କର୍ମଚାରୀଙ୍କ ସହିତ ଜଣେ ପୋଲିସ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ସଂପୃକ୍ତ ଅଛନ୍ତି ।
ତେବେ ଏହା ଭିତରେ ପ୍ରାୟ ତିନି ସପ୍ତାହ ବିତି ଯାଇଥିଲେ ମଧ୍ୟ ଅଭିଯୁକ୍ତ ପୋଲିସ କର୍ମଚାରୀ କିଏ, ତାହା ଚିହ୍ନଟ ହୋଇପାରିନାହିଁ । କେବଳ ଓଟିଭିର କର୍ମଚାରୀଙ୍କୁ ବାରମ୍ବାର ମହିଳା ଥାନାକୁ ଡାକି ଜେରା କରାଯାଉଥିବା ବେଳେ ଏପର୍ଯ୍ୟନ୍ତ କେମିତି ନିଜ କର୍ମଚାରୀଙ୍କୁ ପୁଲିସ ଚିହ୍ନଟ କରିପାରିପାରିନାହିଁ, ସେ ନେଇ ପ୍ରଶ୍ନ ଉଠିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।