ଘନୀଭୂତ ହେଉଛି ଲଘୁଚାପ; କାଲିଠୁ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘନୀଭୂତ ହେଉଥିବା ଲଘୁଚାପ ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଡିପ୍ ଡିପ୍ରେସନର ରୂପ ନେବ, କିନ୍ତୁ ବାତ୍ୟାର ଆଶଙ୍କା ନାହିଁ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ୮ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶା ଏବଂ ୯ରୁ ୧୦ ତାରିଖ ଭିତରେ ଉପକୂଳ ଓଡ଼ିଶାରେ ଅଧିକ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ୧୩ ତାରିଖ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି  ଭୁବନେଶ୍ୱର ପାଣି ପାଗ ବିଭାଗ ପକ୍ଷରୁ  କୁହାଯାଇଛି।