୧୦ଟି ଜିଲ୍ଲାରେ ହେବ ଝଡ଼ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ କିଛି ଜିଲ୍ଲାରେ ଝଡ଼ବର୍ଷା ହେବ। ଏହି ସମୟରେ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ସେଥିପାଇଁ ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ସେହି ଜିଲ୍ଲା ଗୁଡ଼ିକ ମୟୂରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ପୁରୀ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।