ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଆବଶ୍ୟକ ଜିନିଷକୁ ଛାଡ଼ିଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ତେବେ ପନିପରିବା, ମାଛ, ମାଂସ ଓ ଅଣ୍ଡା ଦୋକାନ ଖୋଲା ରହିଛି। ହେଲେ ସାମାଜିକ ଦୂରତ୍ୱ ରକ୍ଷା ଲାଗି ଭୁନେଶ୍ୱର ସ୍ଥିତ ୟୁନିଟ୍-୧ ହାଟକୁ ରାଜମହଲ ଛକକୁ ଅସ୍ଥାୟୀ ଭାବେ ସ୍ଥାନାନ୍ତର କରାଯାଇଛି।
ୟୁନିଟ-୧ ହାଟର ପରିବା ବ୍ୟବସାୟୀ ଏଜି ଛକରୁ ରାଜମହଲ ମଧ୍ୟରେ ବସିବେ। ୟୁନିଟ୍-୧ ହାଇସ୍କୁଲ ପଡ଼ିଆରେ ମଧ୍ୟ କିଛି ବ୍ୟବସାୟୀ ବସିବେ। ହାଟରେ ଗହଳି ହେଉଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ତୁରନ୍ତ ହାଟ ଖାଲି ପାଇଁ ବ୍ୟବସାୟୀମାନଙ୍କୁ ବିଏମ୍ସି ନିର୍ଦ୍ଦେଶ ଦେଇଛି। ମହାମାରୀ କରୋନା ପାଇଁ ହାଟକୁ ୪୫ ଦିନ ଲାଗି ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗୁପ୍ତେଶ୍ୱର ଯିବାବେଳେ ଓଲଟିଲା ଭ୍ୟାନ୍; ମହିଳା ମୃତ, ୧୩ ଆହତ
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।
Miscellaneous
ସେନା ଅଫିସରଙ୍କୁ ନିର୍ଯାତନା: ଜାନୁୟାରୀ ୩୧ ପର୍ଯ୍ୟନ୍ତ ବଢ଼ିଲା କମିଶନଙ୍କ କାର୍ଯ୍ୟକାଳ
ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଭରତପୁର ଥାନାରେ ସେନା ଅଫିସର ଓ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କୁ ନିଯୁକ୍ତି ଦିଆଯାଇଛି ।
Miscellaneous
ରାଜ୍ୟରେ ୫୦ବର୍ଷର ରାସ୍ତା ନିର୍ମାଣର ଆବଶ୍ୟକତାକୁ ଦୃଷ୍ଟିରୁ ରଖି ପ୍ରସ୍ତୁତ ହେବ ସ୍ୱତନ୍ତ୍ର ସଡ଼କ ନୀତି: ପୂର୍ତ୍ତ ମନ୍ତ୍ରୀ
୨୦୨୯ ମସିହା ସୁଦ୍ଧା ୧୦୦ଜନସଂଖ୍ୟା ବିଶିଷ୍ଟ ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣକୁ ସୁନିଶ୍ଚିତ କରିବା ସହ ଉତ୍ତମ ମାନବସମ୍ବଳ ଅଭାବ ପୂରଣ ଓ ନିର୍ମାଣ ସମୟରେ ଆଧୁନିକ ଜ୍ଞାନକୌଶଳର ଉପଯୋଗ ନିମନ୍ତେ ବୈଠକରେ ଆଲୋଚନା ହୋଇଥିଲା ।