ଭୁବନେଶ୍ୱର:ଶ୍ରୀକ୍ଷେତ୍ର ଅଭିମୁଖେ ଗଡ଼ି ଚାଲିଛି ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦାରୁ ଶଗଡ଼ି। ମହାପ୍ରଭୁଙ୍କ ଦିବ୍ୟ ଦାରୁ ଆସି ପହଞ୍ଚିଛି ଭୁବନେଶ୍ୱର ଉପକଣ୍ଠ ପାଣ୍ଡାରାରେ। ପ୍ରତାପନଗରୀରୁ ବାହାରିଥିବା ଦାରୁ ଶଗଡ଼ି ଗତକାଲି ରାତି ୨ଟା ୨୫ ବେଳେ ପାଣ୍ଡରାରେ ପହଞ୍ଚିଥିଲା। ସେଠାରେ ରାତ୍ର ରହଣୀ ପରେ ଆଜି ପୁଣି ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଦାରୁ ଶଗଡ଼ି। ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ରେ ଯେମିତି ବଡ଼ଦାଣ୍ଡ ପାଲଟିଯାଇଛି ରାଜରାସ୍ତା। ଖରା ଓ ଗୁଳୁଗୁଳିକୁ ଖାତିର ନକରି ହଜାର ହଜାର ଭକ୍ତ ଦାରୁ ଦର୍ଶନ କରିଛନ୍ତି। ଜଗତକର୍ତ୍ତାଙ୍କୁ ପାଖରେ ପାଇ ସମସ୍ତେ କୃତ୍ୟ କୃତ୍ୟ ହୋଇଯାଉଥିବା ଦେଖିବାକୁ ମିଳିଥିଲା । ରାସ୍ତାରେ ରଙ୍ଗେ।ଲି ଓ ଫୁଲ ବିଛାଇ ଦାରୁ ଶଗଡ଼ିକୁ ସ୍ୱାଗତ କରିଛନ୍ତି। ମହାପ୍ରଭୁଙ୍କ ଦାରୁଙ୍କୁ ଅତି ନିକଟରେ ପାଇଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।