ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଜିଲ୍ଲା କିଆକଟା ପଞ୍ଚାୟତର ହେଲେଇ ଗାଁରେ କାନ୍ଥ ଭୁଶୁଡ଼ି ଦୁଇ ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଉକ୍ତ ସମୟରେ ଶିଶୁ ନିକଟରେ ଶୋଇଥିବା ତା’ର ମା’ ଓ ତିନି ବର୍ଷର ଭଉଣୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପୁଷ୍ପାଞ୍ଜଳି ହାତୀ ଓ ତାଙ୍କ ଝିଅ ପ୍ରିୟଙ୍କା ହାତୀ। ସେମାନଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ରାତି ପ୍ରାୟ ୧୧ଟା ବେଳେ ପୁଷ୍ପାଞ୍ଜଳି ତାଙ୍କ ଦୁଇ ଛୁଆଙ୍କୁ ଧରି ଶୋଇଥିଲେ। ହେଲେ ଲଗାଣ ବର୍ଷାରେ ଭିଜି ଯାଇଥିବା ଘର କାନ୍ଥ ସେମାନଙ୍କ ଉପରକୁ ଭୁଶୁଡ଼ି ପଡ଼ିଥିଲା। ଫଳରେ କାନ୍ଥ ତଳେ ତିନି ଜଣ ଚାପି ହୋଇଯାଇଥିଲେ। ହଠାତ୍ ଶବ୍ଦ ଶୁଣି ଅନ୍ୟ ଏକ ଘରେ ଶୋଇଥିବା ପୁଷ୍ପାଞ୍ଜଳିଙ୍କ ସ୍ୱାମୀ ସୁଶୀଲ ଓ ତାଙ୍କ ପଡ଼ୋଶୀ ସଙ୍ଗେ ସଙ୍ଗେ ସେମାନଙ୍କୁ ଉଦ୍ଧାର କରି ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଦୁଇ ମାସର ଶିଶୁ ପୁତ୍ରକୁ ଡାକ୍ତର ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।