ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଚାଲନ୍ତି ନିକଟରେ ୬୦ ନମ୍ବର ଜାତୀୟ ରାଜପଥରେ ଏକ ଦୁର୍ଘଟଣାଗ୍ରସ୍ତ ପିକ୍ଅପ୍ ଭ୍ୟାନ୍ରୁ ଗୋମାଂସ ଜବତ କରାଯାଇଛି। ଏହି ଗୋମାଂସକୁ ପଶ୍ଚିମବଙ୍ଗକୁ ଚୋରା ଚାଲାଣ କରାଯାଉଥିବା ସନ୍ଦେହ କରାଯାଉଛି। ଦୁର୍ଘଟଣା ପରେ ପିକ୍ଅପ୍ ଭ୍ୟାନ୍ର ଡ୍ରାଇଭର ଓ ହେଲ୍ପର୍ ଫେରାର ହୋଇଯାଇଥିବା ବେଳେ ଜଳେଶ୍ୱର ପୁଲିସ୍ ଘଟଣାର ତଦନ୍ତ କରୁଛି।
ଆଜି ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଭଦ୍ରକ ଆଡୁ ଆସୁଥିବା ଏହି ପିକ୍ଅପ୍ ଭ୍ୟାନ୍ଟି ରାସ୍ତାକଡ଼ରେ ଠିଆ ହୋଇଥିବା ଏକ କଣ୍ଟେନରକୁ ପଛ ପଟୁ ଧକ୍କା ଦେଇଥିଲା। ଏହାପରେ ସ୍ଥାନୀୟ ଲୋକେ ଓ ବଜରଙ୍ଗୀ ଦଳର ସଦସ୍ୟମାନେ ଏହା ଭିତରୁ ଗୋମାଂସ ଜବତ କରିଥିଲେ ଏବଂ ପୁଲିସ୍କୁ ଖବର କରିଥିଲେ।
ସୂଚନାଯୋଗ୍ୟ, ଏହି ପିକ୍ଅପ୍ ଭ୍ୟାନ୍ରେ ଗୋମାଂସ ଯାଉଥିବା ନେଇ ବିଜରଙ୍ଗୀ ଦଳର ସଦସ୍ୟମାନେ ଖବର ପାଇଥିଲେ ଓ ଏହାର ପିଛା କରିଥିଲେ। ଏହି ସମୟରେ ଚାଲନ୍ତିଠାରେ ପିକ୍ଅପ୍ ଭ୍ୟାନ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।