ରେଢ଼ାଖୋଲ(ରମାକାନ୍ତ ମହାନନ୍ଦ): ପଣସ ଖାଇବାକୁ ଆସି ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବାରୁ ଏକ ଭାଲୁର ମୃତ୍ୟୁ ଘଟିଛି। ଘଟଣା ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ନାକଟିଦେଉଳ ରେଞ୍ଜର ବିନ୍ଦୁପୁରଗାଁରେ ଘଟିଛି । ମୃତ ଭାଲୁର ବୟସ ୭ ବର୍ଷ ବୋଲି ଜଣାପଡ଼ିଛି।
ଗତକାଲି ବିଳମ୍ୱିତ ରାତିରେ ଭାଲୁଟି ବିନ୍ଦୁପୁର ଗାଁ ପାଖରେ ଥିବା ଏକ ପଣସ ଗଛକୁ ଖାଇବାକୁ ଆସିଥିଲା। ହେଲେ ରାତିରେ ପବନ ହେବାରୁ ୧୧ କେଭି ବିଦ୍ୟୁତ୍ ତାର ନଇଁ ପଡ଼ି ତଳେ ଝୁଲି ରହିଥିଲା। ଭାଲୁଟି ବିଦ୍ୟୁତ୍ ତାରଟିକୁ ପାଟିରେ ପୂରାଇ ଦେବାରୁ ଘଟଣାସ୍ଥଳରେ ତାର ମୃତ୍ୟୁ ଘଟିଥିବା ବନ ବିଭାଗ କହିଛି। ବନ ବିଭାଗ ଭାଲୁର ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।