ବଲାଙ୍ଗୀର ( ଘଟେଶ୍ୱର ମିଶ୍ର ): ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ କିଛି ଦିନ ହେଲାଣି ଭାଲୁ ଆତଙ୍କ ଦେଖାଦେଇଛି। ସଦର ବ୍ଲକ କୁଡାସିଂହା ଅଞ୍ଚଳରେ ଗୋଟିଏ ଭାଲୁ ଗାଁ ଭିତରକୁ ପଶି ଆସୁଥିବାରୁ ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହୁଛନ୍ତି। ଭାଲୁଟି ଗାଁ ଆଖପାଖରେ ବୁଲୁଥିବା ସ୍ଥାନୀୟ ଲୋକଙ୍କ ସୂତ୍ରରୁ ପ୍ରକାଶ।
ସେହିପରି ସଇଁତଲା କନ୍ଧକେଲ ଗାଁରେ ମଧ୍ୟ ଭାଲୁ ଚଳପ୍ରଚଳ କରୁଛି। ଭାଲୁଟି ନିକଟସ୍ଥ ଜଙ୍ଗଲକୁ ପଳାଇ ଯାଉଥିବା ବେଳେ ପୁଣି ଗାଁକୁ ପଳାଇ ଆସୁଥିବାରୁ ଲୋକଙ୍କର ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି।
ଏହି ଭାଲୁଟି ଲୋକଙ୍କର କୌଣସି କ୍ଷତି ଘଟାଇ ନ ଥିବା ବେଳେ ଖାଇବାକୁ ଦେଲେ ଖାଉଛି। ଏହାସତ୍ତ୍ୱେ ସତର୍କତା ଅବଲମ୍ବନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଡିଏଫ୍ଓ ପରାମର୍ଶ ଦେଇଛନ୍ତି। କାରଣ ଯେକୌଣସି ମୁହୂର୍ତ୍ତରେ ଭାଲୁ ଆକ୍ରମଣ କରିବାର ଆଶଙ୍କା ରହିଛି। ଅନ୍ୟପଟେ ଭାଲୁଙ୍କ ସୁରକ୍ଷା ଲାଗି ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା ସୂଚନା ଦେଇଛନ୍ତି ଡିଏଫ୍ଓ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ
ଚନ୍ଦ୍ରଭାଗା ବୁଡ଼ ପାଇଁ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିବ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ତିନି ଠାକୁରଙ୍କ ସେବାୟତଙ୍କ ଉପସ୍ଥିତିରେ ଠାକୁରମାନଙ୍କ ଶୋଭାଯାତ୍ରା ଓ ମହାସ୍ନାନ ସମ୍ପର୍କରେ ଆଲୋଚନା କରାଯାଇଥିଲା।
Crime
ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ
ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ ହିଁ ସେ ଟଳି ପଡ଼ିଲେ।
Science & Environment
ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍ ଶୀଘ୍ର ହେବ ଟ୍ରାଙ୍କୁଲାଇଜ
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଓ ଓଡ଼ିଶା ବନ ବିଭାଗ ଜିନ୍ନତକୁ ଟ୍ରାକ କରୁଛନ୍ତି । ଜିନ୍ନତକୁ ଖାଦ୍ୟ ଦେବା ପାଇଁ ଚେଷ୍ଟା କରାଯାଉଛି । ଖାଦ୍ୟ ଗ୍ରହଣ କରିବା ପରେ ତାକୁ ଟ୍ରାଙ୍କୁଲାଇଜ୍ କରାଯିବ ।
Crime
ଚାଷ ଉଜାଡ଼ି ଦେଲା ଅଦିନିଆ ବର୍ଷା, ଜୀବନ ହାରିଲେ ଚାଷୀ
ଦୈତାରୀଙ୍କର ନିଜର କିଛି ବିଲ ନ ଥିବା ବେଳେ ସେ ଭାଗ ଚାଷ କରିଥାନ୍ତି। ଚଳିତ ବର୍ଷ ଚାଷ କରିବା ନିମନ୍ତେ ସେ ବହୁ ଟଙ୍କା଼ ଲୋନ୍ ବି କରିଥିଲେ।
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।