ଭୁବନେଶ୍ୱର: ବେଙ୍ଗଲୁରୁରେ ବି ବେଶ୍ ଆଡମ୍ୱରରେ ପାଳିତ ହୋଇଯାଇଛି ବାହୁଡା ଯାତ୍ରା। ବେଙ୍ଗଲୁର ସହକାରନଗରସ୍ଥିତ ଜଗନ୍ନାଥ ମନ୍ଦିରରେ ଆୟୋଜିତ ହୋଇଥିଲା ପ୍ରଭୁ ଜଗନ୍ନାଥଙ୍କ ବାହୁଡାଯାତ୍ରା। ଏଥିର ବିଜେଡି ସାଂସଦ ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଛେରାପହଁରା ପରେ ଆରମ୍ଭ ହୋଇଥିଲା ରଥଟଣା। ବେଙ୍ଗଲୁରରେ ରହୁଥିବା ଶହ ଶହ ଓଡ଼ିଆଙ୍କ ସହ ଅନ୍ୟମାନେ ରଥ ଟାଣିଥିଲ। ବାହୁଡା ଯାତ୍ରା ପାଇଁ ଭକ୍ତଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଜଗନ୍ନାଥ ସେବା ଟ୍ରଷ୍ଟ ପକ୍ଷରୁ ଏହି ରଥଯାତ୍ରା ଆୟୋଜିତ ହୋଇଥିଲା ।
ସେହିପରି ମୁମ୍ୱାଇର ନାଭି ମୁମ୍ୱାଇରେ ରବିବାର ବେଶ ଧୁମାଧାମରେ ପାଳିତ ହୋଇଛି ବାହୁଡା ଯାତ୍ରା। ମାଉସୀମା ମନ୍ଦିରରୁ ରବିବାର ଶ୍ରଦ୍ଧାଳୁମାନେ ଜଗନ୍ନାଥ, ବଳଭଦ୍ର ଏବଂ ସୁଭଦ୍ରାଙ୍କ ରଥକୁ ଟାଣିଥିଲେ । ଏଥିରେ ପ୍ରବାସୀ ଓଡ଼ିଆଙ୍କ ସହ ସ୍ଥାନୀୟ ଲୋକ ମଧ୍ୟ ସାମିଲ ହୋଇଥିଲେ। ମୁମ୍ୱାଇ ଏବଂ ନାଭି ମୁମ୍ୱାଇର ୪ଟି ସ୍ଥାନରେ ରଥ ଯାତ୍ରା ବେଶ ଧୁମଧାମରେ ପାଳନ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।