ନୂଆପଡା(ମାୟାଧର ସରାଫ): ଗାଁରେ ବୁଲୁଛି କଲରାପତରିଆ ବାଘ। ରାତିରେ ସମସ୍ତେ ଶୋଇଗଲା ପରେ ଶିକାର କରୁଛି। ଗାଁକୁ ବାଘ ଆସୁଥିବା ଖବର ପ୍ରଚାରିତ ହେବା ପରେ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି। ନୂଆପଡ଼ା ଜିଲ୍ଲାରୁ ଆସିଛି ଏପରି ଖବର।
ନୂଆପଡା ଜିଲ୍ଲା କୋମନା ରେଞ୍ଜ ଧଅଁରାଭଟା ଗାଁରେ ବାଘ ଆତଙ୍କ ଦେଖାଦେଇଛି। ଶୁକ୍ରବାର ବିଳମ୍ବିତ ରାତିରେ ବାଘ ଗାଁକୁ ଆସିଥିଲା। ବାଘଟି ଗାଁର ଭୋକୋ ଜଗତଙ୍କ ଗୁହାଳରୁ ଗୋଟିଏ ବଳଦକୁ ଟାଣି ନେଇ ମାରି ଖାଇ ଦେଇଛି। ଆଜି ସକାଳେ ପରିବାର ଲୋକେ ଗୁହାଳରେ ବଳଦକୁ ପାଇନଥିଲେ। ଖୋଜାଖୋଜି କରିବା ପରେ ଘରଠାରୁ ଅଳ୍ପ ଦୂରରେ ଥିବା ପଡ଼ିଆରେ ବାଘର ମୃତଦେହ ପଡ଼ିଥିଲା।
ଖବର ପାଇ ବନ ବିଭାଗ ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବଳଦ ଖାଇଥିବା ବାଘଟି କଳରାପତରିଆ ବୋଲି ଜଣାପଡ଼ିଛି। ଏହି ଖବର ପ୍ରକାଶ ପାଇବା ପରେ ଗାଁରେ ଭୟର ବାତାବରଣ ଖେଳି ଯାଇଛି। ଗାଁ ଲୋକଙ୍କୁ ଜଙ୍ଗଳ ଭିତରକୁ ନ ଯିବା ପାଇଁ ବନ ବିଭାଗ ପରାମର୍ଶ ଦେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।