ବ୍ରହ୍ମପୁର : ବ୍ରହ୍ମପୁର ଉପକଣ୍ଠ ମାଟିଖାଲ ଠାରେ ଥିବା ଭାରତୀୟ ବୀରଳ ମୃର୍ତ୍ତିକା ଲିମିଟେଡ୍ କାର୍ଯ୍ୟାଳୟ ସମ୍ମୁଖରେ ପୁଣି ଥରେ ଧାରଣା ଦିଆଯାଇଛି। ସରକାରଙ୍କ ଥଇଥାନ ନୀତିରେ ଚାକିରି ଦେବା ଦାବି କରି ମୃତକ କର୍ମଚାରୀ ମାନଙ୍କ ପରିବାରବର୍ଗ ଏହି ଧାରଣା ଦେଉଛନ୍ତି। ଭାରତ ବର୍ଷରେ ଥିବା ଆଇଆରଇର ବିଭିନ୍ନ ଶାଖାରେ ଥଇଥାନ ନୀତି ପାଳନ କରାଯାଉଥିବା ବେଳେ ଏଠାରେ ଏହା ପାଳନ କରାଯାଉନଥିବା ଅଭିଯୋଗ କରି ବିଭିନ୍ନ ପରିବାରର ଆଶାୟୀ ଯୁବକ ମାନେ ଏହି ଧାରଣାରେ ସାମିଲ୍ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ଗତମାସ ୧୭ ତାରିଖରେ ପ୍ରଥମେ ଏହି ଧାରଣା ଦିଆଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଜିଲ୍ଲା ପ୍ରଶାସନ ଓ ଆଇଆରଇ କତ୍ତୃପକ୍ଷ ଏହି ବାବଦରେ ଆଲୋଚନା କରାଯିବ ବୋଲି କହିବାରୁ ଧାରଣାକୁ ସ୍ଥଗିତ ରଖାଯାଇଥିଲା। ତେବେ ଆଲୋଚନା ବିଫଳ ହୋଇଥିବାରୁ ବୁଧବାରରୁ ପୁଣି ଥରେ ଧାରଣା ଆରମ୍ଭ ହୋଇଛି ଓ ଏହାକୁ ବିଭିନ୍ନ ଶ୍ରମିକ ସଂଗଠନ ସମର୍ଥନ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।