ବ୍ରହ୍ମପୁର: ବ୍ରହ୍ମପୁରରେ ଭାରତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ସଂସ୍ଥା ଆଇଜର୍ ପ୍ରତିଷ୍ଠା ଲାଗି ପ୍ରକ୍ରିୟା ଆରମ୍ଭ ହୋଇଛି। ଜିଲ୍ଲା ପ୍ରଶାସନ ସ୍ଥାୟୀ କ୍ୟାମ୍ପସ୍ ପାଇଁ ଜମି ଚିହ୍ନଟ କରିଥିବା ବେଳେ ଅସ୍ଥାୟୀ କ୍ୟାମ୍ପସ୍ ମଧ୍ୟ ଚୂଡ଼ାନ୍ତ ହୋଇଛି। ରଙ୍ଗେଇଲୁଣ୍ଡା ବ୍ଲକ ପାଲୁର୍ ହିଲରେ ଥିବା ୨୪୬ ଏକର ଓ ଲଉଡ଼ି ଗାଁରେ ଥିବା ୨ ଶହ ଏକର ଜମିକୁ ସ୍ଥାୟୀ କ୍ୟାମ୍ପସ୍ ପାଇଁ ବଛାଯାଇଛି। ସେହିପରି ଅସ୍ଥାୟୀ କ୍ୟାମ୍ପସ୍ ପାଇଁ ଉମାଚରଣ ପଟ୍ଟନାୟକ ଇଞ୍ଜିନିୟରିଂ ସ୍କୁଲ ଓ ଆଉ କେତୋଟି ଘରୋଇ ବୈଷୟିକ କଲେଜକୁ ଚିହ୍ନଟ କରାଯାଇଛି। କେନ୍ଦ୍ରୀୟ ଟିମ୍ ଆସି ଅନୁଧ୍ୟାନ କରିବା ପରେ ରାଜ୍ୟ ସରକାର କେନ୍ଦ୍ରକୁ ରିପୋର୍ଟ ପ୍ରଦାନ କରିବେ।
୨୦୧୬-୧୭ ଶିକ୍ଷା ବର୍ଷରୁ ବ୍ରହ୍ମପୁର ଆଇଜରରେ ପାଠପଢା ଆରମ୍ଭ ପାଇଁ ଲକ୍ଷ୍ୟ ରଖାଯାଇଛି। ସେପଟେ ବ୍ରହ୍ମପୁରରେ ଏହି ଜାତୀୟସ୍ତରର ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ହେବାକୁ ଯାଉଥିବାରୁ ଛାତ୍ରଛାତ୍ରୀ ମହଲରେ ଆନନ୍ଦ ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।