ବ୍ରହ୍ମପୁର: ବ୍ରହ୍ମପୁର ଫାଷ୍ଟଗେଟ୍ ନିକଟରେ ୨ ଯୁବକଙ୍କୁ ବୋମାମାଡ଼ ସହ ମରଣାନ୍ତକ ଆକ୍ରମଣ ଘଟଣାରେ ବଡ଼ବଜାର ଥାନା ପୋଲିସ ଆଜି ୬ ଜଣଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କଠାରୁ ୩ ବାଇକ, ୪ ଖଣ୍ଡା ଓ ୪ ଅଫୁଟା ବୋମା ଜବତ କରିଛି।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତକାଲି ବୋମାମାଡ ହୋଇଥିଲା। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଥିଲେ। ୫ରୁ ୬ଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ଫାଷ୍ଟଗେଟ୍ ନିକଟରେ ଏକ ଚାହା ଦୋକାନ ନିକଟରେ ବୋମାମାଡ କରିଥିଲେ। ଚାହା ଦୋକାନୀ ଉପେନ୍ଦ୍ର ବେହେରା ଦୌଡି ପଳାଉଥିବା ବେଳେ ଦୁର୍ବୃତ୍ତମାନେ ଗୋଡାଇ ତାଙ୍କୁ ହାଣିଥିଲେ। ଉପେନ୍ଦ୍ରଙ୍କୁ ଗୁରୁତର ଅବସ୍ଥାରେ ବଡମେଡିକାଲ ନିଆଯାଇଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ସେହିପରି ସେଠାରେ ଠିଆ ହୋଇଥିବା ବର୍ମା କଲୋନୀର ସୁଶାନ୍ତ ପାତ୍ର ବୋମାମାଡରେ ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।