ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ପୋଲିସ ପୁଣି ଏକ ଏନ୍କାଉଣ୍ଟର କରିଛି। ଆସ୍କା ଚାରିମାଇଲ ଛକରେ ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ କିଷାନ ପାତ୍ର ଓରଫ ଗଜୁ ନାଏକ ଗୁରୁତର ଆହତ ହୋଇଛି। ଗଜୁର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତା’ ନିକଟରୁ ଗୋଟିଏ ମାଉଜର, ୨ଟି ଗୁଳି ଓ ମଟର ସାଇକେଲ ଜବତ କରାଯାଇଛି।
ଗଜୁ ନାଁରେ ବିଭିନ୍ନ ଥାନାରେ ୧୦ରୁ ଅଧିକ ମାମଲା ରହିଛି। ତାକୁ ଗିରଫ କରାଯାଇଥିବା ବେଳେ ଅନ୍ୟ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ କିରଣ ପାଳ ଖସି ଯିବାକୁ ସକ୍ଷମ ହୋଇଛି।
ସୂଚନାଯୋଗ୍ୟ, ଗତ ସେପ୍ଟେମ୍ୱର ୧୧ ତାରିଖରେ ବ୍ରହ୍ମପୁର ଖଲ୍ଲିକୋଟ କହେଁଇପୁର ନିକଟରେ ପୋଲିସ୍ ଗୁଳିରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର ଆହତ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।