ବ୍ରହ୍ମପୁରରେ ନିର୍ବାଚନ ପରବର୍ତ୍ତୀ ହିଂସା, ଜଣେ ମୃତ, ଜଣେ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡୀ ବ୍ଲକ୍‌ ରୋହିଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଅଶୋକ ଜେନା। ସେ ଏକ ନିର୍ଦ୍ଦିଷ୍ଟ ଦଳର ସମର୍ଥକ ବୋଲି ଜଣାପଡ଼ିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଶ୍ରୀନିବାସ ସ୍ୱାଇଁ ନାମକ ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଏମ.କେ.ସି.ଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣାର […]

bb

bb

Rakesh Mallick
  • Published: Saturday, 18 March 2017
  • Updated: 18 March 2017, 04:02 PM IST

Sports

Latest News

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡୀ ବ୍ଲକ୍‌ ରୋହିଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଅଶୋକ ଜେନା। ସେ ଏକ ନିର୍ଦ୍ଦିଷ୍ଟ ଦଳର ସମର୍ଥକ ବୋଲି ଜଣାପଡ଼ିଛି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଶ୍ରୀନିବାସ ସ୍ୱାଇଁ ନାମକ ଅନ୍ୟ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ତାଙ୍କୁ ବ୍ରହ୍ମପୁର ଏମ.କେ.ସି.ଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବିଶାଖାପାଟଣାର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos