ଭୁବନେଶ୍ୱର: ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନସ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ ବା ଆଇଜର ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକ୍ଷମ ନେଇ ସଚିବାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଗଂଜାମ ଜିଲ୍ଲାରେ ଆଇଜର କାର୍ଯ୍ୟକ୍ଷମ ନେଇ ଉଭୟ ସ୍ଥାୟୀ ଓ ଅସ୍ଥାୟୀ କ୍ୟାମ୍ପସ ପ୍ରସଙ୍ଗରେ ଆଲୋଚନା ହୋଇଛି। ତେବେ ସ୍ଥାୟୀ କ୍ୟମ୍ପସ ନେଇ ଜିଲ୍ଲାର ପାଲୁର୍ ହିଲ୍ ଏବଂ ଲୌଡିଙ୍ଗ ଜାଗାକୁ ପ୍ରସ୍ତାବ ଦିଆଯାଇଥିବା ବେଳେ ୟୁସିପି ଇଂଜିନିୟରିଂ ସ୍କୁଲରେ ଅସ୍ଥାୟୀ କ୍ୟାମ୍ପସ କରିବା ନେଇ ଆଲୋଚନା ହୋଇଛି। ଚିହ୍ନଟ ସ୍ଥାନକୁ ବୈଷୟିକ ଶିକ୍ଷା ଓ ତାଲିମ ବିଭାଗର ଏକ ଟିମ ଖୁବ୍ ଶିଘ୍ର ଅନୁଧ୍ୟାନ କରିବ। କେନ୍ଦ୍ର ସରକାରଙ୍କ ଗାଇଡଲାଇନସ୍ ଅନୁସାରେ ଅନୁଧ୍ୟାନ କରିବା ପରେ କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ରିପୋର୍ଟ ପ୍ରଦାନ କରିବେ। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବୈଷୟିକ ଶିକ୍ଷା ଓ ତାଲିମ ବିଭାଗ ସଚିବ, ଇଡକୋ କର୍ତ୍ତୃପକ୍ଷ, ରାଜସ୍ୱ ବିଭାଗର ଅଧିକାରୀ, ଗଞ୍ଜାମ ଜିଲ୍ଲାପାଳ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।