ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକଙ୍କୁ କରୋନା
ଭଦ୍ରକ(ଓଡ଼ିଶା ରିପୋର୍ଟର): ଭଦ୍ରକ ବିଜେଡି ବିଧାୟକ ସଂଜୀବ ମଲ୍ଲିକଙ୍କୁ କରୋନା। ଏନେଇ ସେ ଟ୍ୱିଟ୍ କରି ଜଣାଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।
Today my covid test done and test results got posetive.i am requesting all those who are in my contact please do covid test and obey the covid posetive guide line.@CMO_Odisha @DM_Bhadrak @gyana_r_das @Odisha4Naveen
— SANJIB MALLICK (@Sanjibkumallick) August 21, 2020
ପୂର୍ବରୁ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ରେମୁଣା ସୁଧାଂଶୁ ଶେଖର ପରିଡ଼ା, ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା, ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ରାଜ୍ୟ ସରକାରଙ୍କ ମନ୍ତ୍ରୀ ଶୁଶାନ୍ତ ସିଂ, ବଡ଼ଗଡ଼ ସାଂସଦ ସୁରେଶ ପୂଜାରୀ, ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ କ୍ଷୁଦ୍ରଶିଳ୍ପ ନିଗମ ଅଧ୍ୟକ୍ଷ ଚିନ୍ମୟ ସାହୁ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମାନଙ୍କ ଭିତରୁ କେତେ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଥିବା ବେଳେ ଆଉ କିଛି କ୍ୱାରେଣ୍ଟାଇନ୍ରେ ରହିଛନ୍ତି।
ଏହା ପୂର୍ବରୁ ନୀଳଗିରି ବିଧାୟକ ସୁକାନ୍ତ ନାୟକଙ୍କ ସଂସ୍ପର୍ଶରେ ଆସି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ନିଜର କରୋନା ଟେଷ୍ଟ କରିଥିଲେ। ତେବେ ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଥିଲା। ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ କରୋନା ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।